ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ : ‘ଶାସକ ଦଳ ନେତାଙ୍କୁ ବଞ୍ଚାଇବାକୁ ଆତ୍ମହତ୍ୟା ରୂପ ଦିଆଯାଉଛି’

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ କଂଗ୍ରେସ ଜୋର୍‌ଦାର ବର୍ଷିଛି। ଏହି ଘଟଣାକୁ ନେଇ ଭାଜପା ବାରମ୍ବାର ଆନ୍ଦୋଳନ କରୁଥିବା ବେଳେ ବିଳମ୍ବରେ ହେଲେ ମଧ୍ୟ କଂଗ୍ରେସ ରାସ୍ତାକୁ ଓହ୍ଲାଇଛି। ଏହି ଘଟଣାର ସିବିଆଇ ତଦନ୍ତ ଦାବି ମଧ୍ୟ କରିଛି। ଖୋଦ୍‌ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ଘଟଣାକୁ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି। ନିରଞ୍ଜନଙ୍କ ଅଧ୍ୟକ୍ଷତାରେ ଗୁରୁବାର ସ୍ମିତାରାଣୀଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା କରାଯାଇଥିଲା। ଏହି ଅବସରରେ ନିରଞ୍ଜନ କହିଛନ୍ତି, ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ଶାସକ ଦଳ ସଦସ୍ୟ। ସେଥିଲାଗି ଅଭିଯୁକ୍ତକୁ ବଞ୍ଚାଇବାକୁ ଏହି ହତ୍ୟାକାଣ୍ଡକୁ ଆତ୍ମହତ୍ୟା ରୂପ ଦେବାର ଚେଷ୍ଟା କରାଯାଉଛି। ଘଟଣାର ଉଚିତ ତଦନ୍ତ ହେବା ଦରକାର। ଯଦି ସ୍ମିତାରାଣୀଙ୍କୁ ଆତ୍ମହତ୍ୟା କରିବାର ଥିଲା ତେବେ ସେ ଗେଷ୍ଟହାଉସକୁ କାହିଁକି ଗଲେ। ତାଙ୍କୁ ଗେଷ୍ଟ ହାଉସ ଡକାଯାଇ କିଛି ଅଘଟଣ ଜାଣିଶୁଣି କରାଯାଇଛି। ଯଦି ସେଠାରେ ସେ ଆତ୍ମହତ୍ୟା କଲେ ତେବେ ସଙ୍ଗେସଙ୍ଗେ ପୋଲିସକୁ ଟେଲିଫୋନ କରିବାର ଥିଲା। ସେମିତି ନ କରି ପୋଲିସ ଆସିବା ଆଗରୁ କାହିଁକି ହସ୍ପିଟାଲ ନିଆଗଲା ବୋଲି ନିରଞ୍ଜନ ପ୍ରଶ୍ନ କରିଛନ୍ତି। ଏହି ଘଟଣାରେ ନିରଞ୍ଜନଙ୍କ ଅଧ୍ୟକ୍ଷତାରେ ପିସିସିର ଏକ କମିଟି ପୀଡିତାଙ୍କ ପରିବାର ପାଇଁ ନ୍ୟାୟ ଦାବିରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ସୂଚନାଯୋଗ୍ୟ ଯେ, ଗତ ୨୩ ତାରିଖରେ ପିସିସି ପକ୍ଷରୁ ଏକ ତଥ୍ୟ ଅନୁଧ୍ୟାନ କମିଟି ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଅଧ୍ୟକ୍ଷତାରେ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ସେଠାର ସ୍ଥାନୀୟ ଜିଲା ଆରକ୍ଷୀ ଅଧୀକ୍ଷକ ଓ ପରିବାରବର୍ଗଙ୍କୁ ସାକ୍ଷାତ କରି ନିରପେକ୍ଷ ତଦନ୍ତ ସହ ପରିବାରବର୍ଗଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ଯୋଗାଇ ଦେବା ପାଇଁ କଂଗ୍ରେସ ପକ୍ଷରୁ ଦାବି କରାଯାଇଥିଲା। ଯଦି ଘଟଣାର ନିରପେକ୍ଷ ତଦନ୍ତ କରିବାରେ ବିଳମ୍ବ ହୁଏ ତେବେ ରାଜ୍ୟରେ କଂଗ୍ରେସ ଆନ୍ଦୋଳନାତ୍ମକ ପଦକ୍ଷେପ ଗ୍ରହଣ କରିବ ବୋଲି ନିରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?