ସ୍ମିତାରାଣୀ ମୃତ୍ୟୁ ମାମଲା: ରୂପେଶ ଭଦ୍ରଙ୍କୁ ହାଇକୋର୍ଟରୁ ଜାମିନ

କଟକ ଅଫିସ୍‌/ଧର୍ମଶାଳା, ୨।୬(ଡି.ଏନ୍‌.ଏ.): ଯାଜପୁର ହରିଦାଶପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ରୂପେଶ ଭଦ୍ରଙ୍କୁ ସୋମବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗତ ଅକ୍ଟୋବରରୁ ସେ ଜେଲ୍‌ରେ ଥିଲେ। ଜଷ୍ଟିସ୍‌ ବିଭୂ ପ୍ରସାଦ ରାଉତରାୟ ମାମଲାର ଶୁଣାଣି କରି ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ୍‌କାଳରେ ସେ ସାକ୍ଷୀମାନଙ୍କୁ ପ୍ରଭାବିତ କରିବେ ନାହିଁ ଓ ତଦନ୍ତରେ ସହଯୋଗ କରିବେ ବୋଲି ସର୍ତ୍ତ ରହିଛି। ତାଙ୍କ ବିରୋଧରେ ଆଇପିସିର ଧାରା ୩୦୬ରେ ମାମଲା ବିଚାରାଧୀନ ରହିଛି। ଶୁଣାଣିରେ କୁହାଯାଇଛି ଯେ, ସ୍ମିତାରାଣୀ ଓ ରୂପେଶଙ୍କ ମଧ୍ୟରେ ସମ୍ପର୍କ ରହିଥିଲା। କିନ୍ତୁ ସ୍ମିତାରାଣୀଙ୍କୁ ରୂପେଶ ଉପତ୍ୀଡନ କରିଥିବା ସ୍ପଷ୍ଟ ନାହିଁ। ତେଣୁ ରୂପେଶଙ୍କ ଦ୍ୱାରା ନିର୍ଯାତିତ ହେବା ପରେ ସ୍ମିତାରାଣୀ ଆମତ୍ହତ୍ୟା କରିଥିବା ବିଷୟକୁ ଗ୍ରହଣ କରାଯାଇପାରିବ ନାହିଁ। ସେହି କ୍ରମରେ ରୂପେଶଙ୍କୁ ଜାମିନ୍‌ ଦିଆଯାଇଥିବା ନିର୍ଦ୍ଦେଶରେ ଉଲ୍ଲେଖ ରହିଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଶୋକ ମହାନ୍ତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri