Posted inଖେଳ

ସ୍ମିଥ୍‌ଙ୍କ ନିକଟତର ହେଲେ କୋହଲି

ଦୁବାଇ, ୨୬।୧୧ (ପି.ଟି.)- ଭାରତର ସର୍ବପ୍ରଥମ ଦିବାରାତ୍ର ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍‌ରେ ଚମତ୍କାର ଶତକ ହାସଲ କରି ବାଂଲାଦେଶ ବିପକ୍ଷରେ ଦଳକୁ ଇନିଂସ କରାଇଥିବା ଅଧିନାୟକ ବିରାଟ କୋହଲିଙ୍କ ଟେଷ୍ଟ ମାନ୍ୟତାରେ ଉନ୍ନତି ଘଟିଛି। ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟିଂ ତାଲିକାରେ କୋହଲି ଅଷ୍ଟ୍ରେଲିଆର ଷ୍ଟିଭେନ ସ୍ମିଥ୍‌ଙ୍କ ଖୁବ୍‌ ନିକଟତର ହୋଇଛନ୍ତି। ମଙ୍ଗଳବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ କୋହଲି ୯୨୮ ରେଟିଂ ପଏଣ୍ଟ ପାଇ ସ୍ମିଥ୍‌ଙ୍କ ପଛକୁ ୨ୟ ସ୍ଥାନରେ ରହିଛନ୍ତି। ୯୩୧ ରେଟିଂ ପଏଣ୍ଟ ସହ ସ୍ମିଥ ତାଲିକାର ଶୀର୍ଷ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ବାଂଲାଦେଶ ବିପକ୍ଷ ଦିବାରାତ୍ର ମ୍ୟାଚ୍‌ରେ ୧୩୬ ରନର ଶତକୀୟ ଇନିଂସ ଖେଳି କୋହଲି ୨୫ ରେଟିଂ ପଏଣ୍ଟ ଲାଭ କରିଥିଲେ। ଅପରପକ୍ଷରେ ଓପନର ମୟଙ୍କ ଅଗ୍ରଓ୍ବାଲ କ୍ୟାରିୟରରେ ପ୍ରଥମଥର ଲାଗି ଟପ୍‌-୧୦ରେ ପ୍ରବେଶ କରିଛନ୍ତି। ଇନ୍ଦୋରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଦ୍ୱିଶତକ ହାସଲ କରିଥିବା ଅଗ୍ରଓ୍ବାଲ ୭୦୦ ରେଟିଂ ପଏଣ୍ଟ ପାଇ ୧୦ମ ସ୍ଥାନକୁ ଉଠିଛନ୍ତି। ଫଳରେ ଆଇସିସି ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଙ୍ଗ୍‌ର ଟପ୍‌-୧୦ରେ ୪ଜଣ ଭାରତୀୟ ଖେଳାଳି ରହିଛନ୍ତି। କୋହଲି ଓ ଅଗ୍ରଓ୍ବାଲଙ୍କ ବ୍ୟତୀତ ଚେତେଶ୍ୱର ପୂଜାରା (୭୯୧) ଓ ଅଜିଙ୍କ୍ୟ ରାହାନେ (୭୫୯) ଯଥାକ୍ରମେ ୪ର୍ଥ ଓ ୫ମ ସ୍ଥାନ ଲାଭ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଯଥାକ୍ରମେ ୯୧ ଓ ୨୮ ରନ କରିଥିବା ଇଂଲଣ୍ଡ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସ ମଧ୍ୟ ଟପ୍‌-୧୦ରେ ପ୍ରଥମଥର ପାଇଁ ପହଞ୍ଚତ୍ଛନ୍ତି। ଷ୍ଟୋକ୍ସ ୩ଟି ପାହାଚ ଲମ୍ଫ ପ୍ରଦାନ କରି ୯ମ ସ୍ଥାନକୁ ଉଠିଛନ୍ତି।
ବୋଲିଂ ତାଲିକାରେ ଭାରତର ଇଶାନ୍ତ ଶର୍ମା ଓ ଉମେଶ ଯାଦବ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ପାଇଛନ୍ତି। ଇଶାନ୍ତ ୭୧୬ ପଏଣ୍ଟ ସହ ୧୭ତମ ସ୍ଥାନରେ ରହିଛନ୍ତି। ଇଶାନ୍ତଙ୍କ ୨୦୧୧ରେ ୭ମ ସ୍ଥାନ ହାସଲ କରିଥିଲେ, ଯାହା ଆଜି ପର୍ଯ୍ୟନ୍ତ ତାଙ୍କର ଶ୍ରେଷ୍ଠ ମାନ୍ୟତା ରହିଛି। ଉମେଶ ଯାଦବ ୬୭୨ ରେଟିଂ ପଏଣ୍ଟ ପାଇଁ ଗୋଟିଏ ପାହାଚ ଉପରକୁ ଉଠି ୨୧ତମ ସ୍ଥାନ ଲାଭ କରିଛନ୍ତି। ସିନିୟର ବୋଲର ରବିଚନ୍ଦ୍ରନ ଅଶ୍ୱିନ ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ସେ ଏବେ ତାଲିକାର ୯ମ ସ୍ଥାନରେ ରହିଛନ୍ତି। ତେବେ ଯଶପ୍ରୀତ୍‌ ବୁମ୍‌ରା ଗୋଟିଏ ସ୍ଥାନ ହରାଇ ୫ମ ସ୍ଥାନକୁ ଖସି ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?