Posted inଖେଳ

ସ୍ମିଥ୍‌ ନୁହେଁ, କୋହଲି ଇଆନଙ୍କ ଫେଭରାଇଟ୍‌

ନୂଆଦିଲ୍ଲୀ,୧।୫: ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅଷ୍ଟ୍ରେଲୀୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ଏ ନେଇ ଚର୍ଚ୍ଚା ଓ ବିତର୍କ ଏବେ ମଧ୍ୟ ଚାଲୁ ରହିଛି। ଏବେ ଏଥିରେ ସାମିଲ ହୋଇଛନ୍ତି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଇଆନ ଚାପେଲ। ସେ ନିଜ ଦେଶର ସ୍ମିଥ୍‌ଙ୍କୁ ପଛରେ ପକାଇ କୋହଲିଙ୍କୁ ନିଜର ଫେଭରାଇଟ୍‌ କ୍ରିକେଟର ହିସାବରେ ବାଛିଛନ୍ତି। ସ୍ମିଥ୍‌ଙ୍କଠାରୁ କୋହଲି ଅପେକ୍ଷାକୃତ ଭଲ କ୍ରିକେଟର ବୋଲି ସେ କହିଛନ୍ତି।
କରୋନା ଭାଇରସ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଜାରି ରହିଥିବାରୁ ପୂର୍ବତନ ଓ ଏବେକାର କ୍ରିକେଟରମାନେ ସୋସିଆଲ ମିଡିଆ ମାଧ୍ୟମରେ ଲୋକଙ୍କୁ ଗୋଟିଏ ସୂତ୍ରରେ ବାନ୍ଧିବା ପାଇଁ ପ୍ରୟାସ କରୁଛନ୍ତି। ଚାପେଲ ମଧ୍ୟ ଅନୁରୂପ ଭାବେ ଟୁଇଟ୍‌ କରି ନିଜର ମନ୍ତବ୍ୟ ରଖି ଏଭଳି ପ୍ରୟାସରେ ସାମିଲ ହୋଇଛନ୍ତି। ଟୁଇଟ୍‌ରରେ କୋହଲି ଓ ସ୍ମିଥ୍‌ଙ୍କ ମଧ୍ୟରୁ ଆପଣ କାହାକୁ ଚୟନ କରିବେ ବୋଲି ଜଣେ ପ୍ରଶ୍ନ କରିଥିଲେ। ଏହାର ଉତ୍ତର ରଖି ଚାପେଲ ଏହି କଥା କହିଛନ୍ତି। ଉଭୟ ଅଧିନାୟକ ଓ ବ୍ୟାଟ୍ସମ୍ୟାନ ହିସାବରେ କୋହଲି ମୋର ପ୍ରଥମ ପସନ୍ଦ ବୋଲି ଚାପେଲ କହିଥିଲେ। ତେବେ ସ୍ମିଥ୍‌ ଜଣେ ମହାନ ବ୍ୟାଟ୍ସମ୍ୟାନ ବୋଲି ଚାପେଲ କହିଛନ୍ତି। ଚାପେଲଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ରୂପେ ବିବେଚନା କରାଯାଏ। ସେ ଅଷ୍ଟ୍ରେଲିଆ ପାଇଁ ୭୫ ଟେଷ୍ଟ ଓ ୧୬ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri