Posted inଖେଳ

ସ୍ମିଥ, ଓ୍ବାର୍ନରଙ୍କ ଉଇକେଟ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ

ମୁମ୍ବାଇ, ୯ା୫ (ପି.ଟି.):ଚଳିତବର୍ଷ ପରବର୍ତ୍ତୀ ଭାଗରେ ଅଷ୍ଟ୍ରେଲିଆରେ ଖେଳାଯିବାକୁଥିବା ଟେଷ୍ଟ ସିରିଜରେ ଭାରତ ଯଦି ବିଜୟ ଲାଭ କରିବାକୁ ଚାହୁଛି ତେବେ ବିପକ୍ଷ ଦଳର ରନ୍‌ ମେସିନ୍‌ ଷ୍ଟିଭ୍‌ ସ୍ମିଥ୍‌ ଓ ଡେଭିଡ୍‌ ଓ୍ବାର୍ନରଙ୍କୁ ଶୀଘ୍ର ଆଉଟ କରିବାକୁ ପଡ଼ିବ। ଏକଥା କହିଛନ୍ତି ଅଷ୍ଟ୍ରେଲିଆର ମହାନ କ୍ରିକେଟର ଇଆନ ଚାପେଲ। କୋଭିଡ୍‌-୧୯ ମହାମାରୀ ଯଦି ନିୟନ୍ତ୍ରଣକୁ ଚାଲି ଆସେ ତେବେ ବହୁ ପ୍ରତିକ୍ଷିତ ସିରିଜ
ଠିକଣା ସମୟରେ ହେବ। ଏହି ଦୁଇ ଖେଳାଳିଙ୍କ ଉପସ୍ଥିତି ଯୋଗୁ ଆୟୋଜକ ଫାଇଦାରେ ରହିବ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପ୍ରକାଶ କରିଛନ୍ତି। ଭାରତ-ଅଷ୍ଟ୍ରେଲିଆ ସିରିଜ ଆକର୍ଷଣୀୟ ହେବ ବୋଲି ମୋର ବିଶ୍ୱାସ। ଗତ ଥର ଟୁର୍‌ରେ ଆସିଥିବା ବେଳେ ବିଜୟ ସହ ଫେରିଥିବାରୁ ଭାରତୀୟ ଦଳ ଆତ୍ମବିଶ୍ୱାସର ସହ ଆସିବ ବୋଲି ଚାପେଲ ଏକ ଟିଭି ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କହିଛନ୍ତି। ୭୬ ବର୍ଷୀୟ ପୂର୍ବତନ କ୍ରିକେଟର କହିଛନ୍ତି, ଅଷ୍ଟ୍ରେଲିଆ ଦଳକୁ ସ୍ମିଥ୍‌ ଓ ଓ୍ବାର୍ନର ଫେରିଥିବାରୁ ଭାରତକୁ ଏଥର ମ୍ୟାଚ ଜିତିବା ସହଜ ହେବ ନାହିଁ। କିନ୍ତୁ ଅଷ୍ଟ୍ରେଲିଆ କଣ୍ଡିଶନରେ କିଭଳି ଖେଳିବାକୁ ହେବ ସେ ସେଥିପାଇଁ ଭାରତ ପ୍ରସ୍ତୁତ ହୋଇ ଆସିବ ନିଶ୍ଚୟ। ୨୦୧୮-୧୯ ଡାଉନ୍‌ ଅଣ୍ଡରରେ ଭାରତ ବିରାଟ କୋହଲିଙ୍କ ନେତୃତ୍ୱରେ ୭ ଦଶନ୍ଧିରେ ପ୍ରଥମ ଟେଷ୍ଟ ସିରିଜ ଜିତି ଇତିହାସ ସୃଷ୍ଟି କରିଥିଲା। ତେବେ ସେତେବେଳେ ଅଷ୍ଟ୍ରେଲିଆ ଦଳରେ ଏହି ଦୁଇ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଓ୍ବାର୍ନର ଓ ସ୍ମିଥ୍‌ ନ ଥିଲେ। ଦୁଇ ଖେଳାଳି ସେତେବେଳେ ବଲ୍‌ ଟ୍ୟାମ୍ପରିଂ ଅଭିଯୋଗରେ ବାସନ୍ଦ ଦଣ୍ଡ ଭୋଗୁଥିଲେ। ଅଷ୍ଟ୍ରେଲିଆର ବୋଲିଂ ଆକ୍ରମଣ ବେଶ୍‌ ଶକ୍ତିଶାଳୀ। ନିଜ ଦେଶରେ ଏହି ଦଳକୁ ପରାସ୍ତ କରିବା ସହଜ ନୁହେଁ ବୋଲି ଚାପେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri