ସ୍ମୃତିରେଖାଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଧର୍ମଶାଳା/ଜେନାପୁର,୪ା୧୦(ବଟକୃଷ୍ଣ ପରିଡ଼ା/ ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅଧୀନ ଜାରକା ବଜାର ପାଖରେ ଥିବା ଭାଜପା ନେତ୍ରୀ ସ୍ମୃତିରେଖା ପହିଙ୍କ କାର୍ଯ୍ୟାଳୟରେ ବୁଧବାର ରାତିରେ ଭଙ୍ଗାରୁଜା ହୋଇଛି। କାର୍ଯ୍ୟାଳୟରେ ଲାଗିଥିବା ହୋର୍ଡିଂ ଓ ଝାରକା କାଚକୁ ଦୁର୍ବୃତ୍ତ ଟେକାପଥର ଫିଙ୍ଗି ଭାଙ୍ଗିଦେଇଥିବା ଦେଖିବାକୁ ମିଳିଛି। ଏନେଇ ଗୁରୁବାର ସାରେ ସ୍ମୃତିରେଖା ଧର୍ମଶାଳା ଥାନାରେ ଲିଖିତ ଅଭିଯୋଗ କରିବା ସହ ଘଟଣାରେ ସମ୍ପୃକ୍ତ ଦୁର୍ବୃତ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଥାନା ଅଧିକାରୀ ତପନ କୁମାର ନାୟକଙ୍କ ନିକଟରେ ଦାବି କରିଛନ୍ତି।
ଗତ ସାଧାରଣ ନିର୍ନାଚନରେ ସ୍ମୃତିରେଖା ଧର୍ମଶାଳା ନିର୍ବାଚନମଣ୍ଡଳୀରୁ ଭାଜପା ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରି ପରାଜିତ ହୋଇଥିଲେ। ଏବେ ସେ ଜାରକା ବଜାରରେ ଏକ ଭଡ଼ାଘରେ କାର୍ଯ୍ୟାଳୟ ଚଳାଇ ଆସୁଛନ୍ତି। ସକାଳୁ ଦଳର କାର୍ଯ୍ୟକର୍ତ୍ତା ପହଞ୍ଚିବା ପରେ କର୍ଯ୍ୟାଳୟ ଭଙ୍ଗାରୁଜା ହୋଇଥିବା ଦେଖିବାକୁ ପାଇଥିଲେ। କାର୍ଯ୍ୟଳୟ ମଧ୍ୟରେ ଅନେକ ଢେଲାପଥର ପଡ଼ିଥିଲା। କାର୍ଯ୍ୟାଳୟ ସମ୍ମୁଖରେ ଲାଗିଥିବା ବ୍ୟାନର ଚିରାଯାଇଛି। ତେବେ କିଏ ଓ କାହିଁକି ଏଭଳି କଲେ ତାହା ଜଣାପଡ଼ିନାହିଁ। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ସ୍ମୃତିରେଖାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

US-Iran War: ଶେଷ ହେଲା ଆମେରିକା-ଇରାନ ଯୁଦ୍ଧ? US ସାଂସଦଙ୍କୁ ଚିଠି ଲେଖିଲେ ଟ୍ରମ୍ପ, ଜାଣନ୍ତୁ ଡିଲକୁ ନେଇ କ’ଣ କହିଛନ୍ତି

ଓ୍ବାଶିଂଟନ,୨।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଇନ ପ୍ରଣୟନକାରୀମାନଙ୍କୁ ସୂଚନା ଦେଇଛନ୍ତି ଯେ ଇରାନ ବିରୁଦ୍ଧରେ ଯୁଦ୍ଧ ଶେଷ ହୋଇଛି; ତେଣୁ, ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ କଂଗ୍ରେସ…

ସୁପ୍ରିମକୋର୍ଟରୁ TMCକୁ ଶକ୍ତ ଝଟକା, କୋର୍ଟ କହିଲେ, ‘କେନ୍ଦ୍ରୀୟ କର୍ମଚାରୀଙ୍କୁ ବିଶ୍ୱାସ କରନ୍ତୁ’

ନୂଆଦିଲ୍ଲୀ,୨।୫: ଶନିବାର ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (TMC) ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri