ସ୍ମୃତିରେ ନନ୍ଦିନୀ: ୮୮ତମ ଜୟନ୍ତୀ ଅବସରରେ ବାରିପଦାରେ କବିତା ପାଠୋତ୍ସବ

ବାରିପଦା ଅଫିସ,୯।୬- ବାରିପଦା ସହରର ଏକ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ରବିବାର ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀ ପାଳନ କରାଯାଇଛି। ମିଶନ ସାଇନ୍ସ ଏକାଡେମୀ ପରିସରରେ ପାଳିତ ଏହି ଜୟନ୍ତୀ ସମାରୋହରେ ବାରିପଦା ଗୋପବନ୍ଧୁ ସାହିତ୍ୟ ସଂସଦର ସମ୍ପାଦକ ଭାରତ ଶିକ୍ଷାରତ୍ନ ଅମିତାଭ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନନ୍ଦିନୀ ଶତପଥୀଙ୍କ ଜୀବନାଦର୍ଶ ତଥା ସାହିତି୍ୟକ କୃତି ସମ୍ପର୍କରେ ଆଲୋକପାତ କରିଥିଲେ। ସେହିପରି ଏହି କାର୍ଯ୍ୟକ୍ରମରେ ବାଗୁଡିସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ଶିକ୍ଷକ ଡ. ମନତୋଷ କୁମାର ପତି ମୁଖ୍ୟ ବକ୍ତା, ଅଧ୍ୟାପକ ଅଶୋକ କୁମାର ପୃଷ୍ଟି ଓ ସଂଗଠକ ଅଚ୍ୟୁତ ପ୍ରସାଦ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ଏହି ଅବସରରେ ‘ସ୍ମୃତିରେ ନନ୍ଦିନୀ ’ ଶୀର୍ଷକରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇ ଥିଲା । ଏହି କାର୍ଯ୍ୟକ୍ରମରେ ସହରର ସାହିତି୍ୟକ ଓ ବୁଦ୍ଧିଜିବୀମାନେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri