ସ୍ମୃତିରେ ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ। ସ୍ବପ୍ନକୁ ବାସ୍ତବ ରୂପ ଦେବା ଲାଗି ସେ ଚଳାଇଥିଲେ ଆପ୍ରାଣ ଉଦ୍ୟମ, ଯାହାର ସୁଫଳ ଆଜି ପାଉଛନ୍ତି ରାଜ୍ୟବାସୀ। ରାଜନୀତି ଭଳି ଓଡ଼ିଆ ଭାଷାରେ ଭାରତୀୟ ସାହିତ୍ୟକୁ ସେ କରିଯାଇଛନ୍ତି ସମୃଦ୍ଧ । ଓଡ଼ିଆ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ପାଇଁ ‘ଓଡ଼ିଶା ସାହିତ୍ୟ ଏକାଡେମୀ’, ‘କେନ୍ଦ୍ର ସାହିତ୍ୟ ଏକାଡେମୀ’ ଓ ‘ସାହିତ୍ୟ ଭାରତୀ’ ସମ୍ମାନରେ ସେ ସମ୍ମାନିତା।

ସଂକ୍ଷେପରେ…

୧୯୩୧(ଜନ୍ମ ): ଜୁନ୍‌ ୯, ଖ୍ରୀଷ୍ଟିଆନ ସାହି, ଯାଚକ ଲେନ୍‌, ବକ୍ସିବଜାର, କଟକ।
୧୯୪୨: ୧୧ବର୍ଷ ବୟସରେ ‘ଭାରତଛାଡ଼’ ଆନ୍ଦୋଳନରେ ଯୋଗଦାନ।
୧୯୫୧: ଦରମା ବୃଦ୍ଧି ବିରୋଧରେ ବିଶାଳ ଛାତ୍ର ଆନ୍ଦୋଳନର ନେତୃତ୍ୱ, ପୋଲିସ ଲାଠିମାଡ଼ର ଶିକାର ଓ ଜେଲବରଣ।
୧୯୫୫: ମହିଳା ବନ୍ୟା ରିଲିଫ ସଂଘର ସମ୍ପାଦିକା ନିଯୁକ୍ତ। ଦଳେଇଘାଇ ବିପନ୍ନଙ୍କୁ ରିଲିଫ ବଣ୍ଟନ।
୧୯୫୭ : ସାମୟିକ ‘ଧରିତ୍ରୀ’ ପତ୍ରିକା ପ୍ରକାଶନ। (୧୯୭୪ ନଭେମ୍ବର ୨୪ରେ ଏହା ଦୈନିକରେ ରୂପାନ୍ତରିତ)
୧୯୫୮: ସର୍ବୋଦୟ ଆନ୍ଦୋଳନରେ ଯୋଗଦାନ।
୧୯୬୨: ବିଜୁବାବୁଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ କଂଗ୍ରେସରୁ ରାଜ୍ୟ ସଭାକୁ ନିର୍ବାଚିତ।
୧୯୬୬-୬୮: ଇନ୍ଦିରା ଗାନ୍ଧୀଙ୍କ ମନ୍ତ୍ରିମଣ୍ଡଳରେ ତଥ୍ୟ ଓ ବେତାର ବିଭାଗର ଉପମନ୍ତ୍ରୀ।
୧୯୬୮ ଓ ୧୯୭୧: ଭାରତର ସାଂସ୍କୃତିକ ପ୍ରତିନିଧି ଦଳର ନେତୃତ୍ୱ ନେଇ ସୋଭିଏଟ୍‌ ଗସ୍ତ ଓ ଭାରତ – ସୋଭିଏଟ୍‌ ବନ୍ଧୁତ୍ୱର ଭିତ୍ତି ସ୍ଥାପନ।
୧୯୭୨: ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ (ଜୁନ୍‌ ୧୪)।
୧୯୭୨: କଟକରୁ ବିଧାୟିକା ଭାବେ ୫ମ ବିଧାନସଭାକୁ ନିର୍ବାଚିତ।
୧୯୭୨: କଟକରେ ‘ଆକାଶବାଣୀ ଭବନ’ ନିର୍ମାଣ।
୧୯୭୩: ‘କେନ୍ଦୁପତ୍ର ଜାତୀୟକରଣ’ ନିଷ୍ପତ୍ତି।
୧୯୭୪: ‘ଯୌତୁକ ନିରୋଧ ଆଇନ’ ଓ ‘ଓଡ଼ିଶା ଭାଗଚାଷୀ ଆଇନ’ ପ୍ରଣୟନ।
୧୯୮୯: ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ପଦ ମଣ୍ଡନ।
୨୦୦୬: ଅଗଷ୍ଟ ୪ରେ ଇହଲୀଳା ସମ୍ବରଣ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?