Posted inଜାତୀୟ

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ମୋ ପିତାଙ୍କୁ କଂଗ୍ରେସ କାର୍ଯ୍ୟକର୍ତ୍ତା ମାରିଛନ୍ତି ବୋଲି ଅଭିଯୋଗ କଲେ ପୁଅ

ଲକ୍ଷ୍ନୌ, ୨୬।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇ କଂଗ୍ରେସ ଗଡ କୁହାଯାଉଥିବା ଆମେଠି ଲୋକ ସଭା ଆସନ ଜିତିଥିବା ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ହତ୍ୟା ଘଟଣାରେ କଂଗ୍ରେସ ନେତା ସମ୍ପୃକ୍ତ ଅଛନ୍ତି ବୋଲି ସୁରେନ୍ଦ୍ରଙ୍କ ପୁଅ ଅଭିଯୋଗ କରିଛନ୍ତି। ପୋଲିସ ଏହି ଘଟଣାରେ ୭ଜଣ ସଂଦିଗ୍ଧଙ୍କୁ ଧରି ପଚରାଉଚରା କରିଛି।
ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ସୁରେନ୍ଦ୍ର ତାଙ୍କ ଘର ବାହାରେ ଶୋଇଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରି ହତ୍ୟା କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆମେଠି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଲକ୍ଷ୍ନୌ ପଠାଯାଇଥିଲା। ତେବେ ସେଠାକୁ ଯିବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁରେନ୍ଦ୍ର ଆମେଠିର ବରୌଲିଆ ଗାଁର ପୂର୍ବତନ ମୁଖିଆ। ଏହି ଘଟଣା ପରେ ବରୌଲିଆ ଗାଁ ସହିତ ଆଖପାଖ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ନିର୍ବାଚନବେଳେ ସ୍ମୃତି ଇରାନୀଙ୍କ ପ୍ରଚାରରେ ସୁରେନ୍ଦ୍ର ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri