Posted inଖେଳ

ସ୍ମୃତି ରଞ୍ଜନଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-କେରଳରେ ଗତ ୨୭ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ବଧିର କ୍ରୀଡ଼ାରେ ଓଡ଼ିଶାର ସ୍ମୃତି ରଞ୍ଜନ ବାରିକ ୨ଟି ସ୍ବର୍ଣ୍ଣ ପଦକ ଜିତି ରାଜ୍ୟକୁ ଗର୍ବିତ କରିଛନ୍ତି। ସେ ପ୍ରତିଯୋଗିତାର ୧୬ ବର୍ଷରୁ କମ୍‌ ହାଇଜମ୍ପ ଓ ଡିସକସ୍‌ ଥ୍ରୋରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଜମପଡ଼ା ଗ୍ରାମର ହରେକୃଷ୍ଣ ବାରିକଙ୍କ ପୁତ୍ର ସ୍ମୃତି ଭୁବନେଶ୍ୱରସ୍ଥିତ ନର୍ସରୀ ବଧିର ବିଦ୍ୟାଳୟ ପଳାସପଲ୍ଲୀ ନବମଶ୍ରେଣୀ ଛାତ୍ର ଅଟନ୍ତି। ବିଦ୍ୟାଳୟ କ୍ରୀଡ଼ା ଶିକ୍ଷକ ଶରତ ଚନ୍ଦ୍ର ମଲିକ ଓ ପ୍ରଧାନ ଶିକ୍ଷକ ରାଜ କିଶୋର ରାୟଙ୍କ ତତ୍ତ୍ୱାବଧାନରେ ସ୍ମୃତି କେରଳ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି ସଫଳତା ପାଇଁ ସ୍ମୃତିଙ୍କୁ ଓଡ଼ିଶା ବଧିର ସଂଘର ସମ୍ପାଦକ ଆଲୋକ କୁମାର ଜେନା, ଓଡ଼ିଶା ସ୍ପୋଟର୍‌ସ କାଉନସିଲ ଅଫ ଦି ଡିଫ୍‌ର ସମସ୍ତ କର୍ମକର୍ତ୍ତା ଅଭିନନ୍ଦନ ଜଣାଇଛନ୍ତି। ଏହା ବ୍ୟତୀତ ପ୍ରହଲ୍ଲାଦ ଚନ୍ଦ୍ର ପରିଡ଼ା, ଯଦୁମଣୀ ବାରିକ ଓ ପରିବାରର ସମସ୍ତ ସଦସ୍ୟ ତାଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri