ସ୍ଲିପର,ଏସି ବଗି ଫାଟକ ବନ୍ଦ: ଯାତ୍ରୀ ହଇରାଣ

ଛତ୍ରପୁର,୧ା୧(ଡି.ଏନ.ଏ): ଛତ୍ରପୁର ଷ୍ଟେଶନରେ ରହୁଥିବା ବିଭିନ୍ନ ଟ୍ରେନ୍‌ର ସ୍ଲିପର ଓ ଏସି ବଗିର ଫାଟକ ବନ୍ଦ ରହୁଛି। ଫଳରେ ଏସବୁ ବଗିରେ ଯିବାପାଇଁ ଟିକେଟ କରିଥିବା ଯାତ୍ରୀମାନେ ଟ୍ରେନ୍‌ରେ ଚଢିବାକୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛତ୍ରପୁର ଷ୍ଟେଶନରେ ଏକ୍ସପ୍ରେସ୍‌, ସୁପରଫାଷ୍ଟ ଓ ମେଲ୍‌ ଟ୍ରେନ୍‌ ମାତ୍ର ୨ ମିନିଟ ପାଇଁ ରହଣି କରିଥାଏ। ବୁଧବାର ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍‌ର ଏସି ବଗି ଫାଟକ ବନ୍ଦ ରହିଥିବାରୁ ଛତ୍ରପୁର ଗୌତମ ନଗରର ଏସ୍‌. ସାମ୍ବା ଶିବା ରାଓଙ୍କ ପରିବାର ସମସ୍ୟାରେ ପଡିଥିଲେ। ପରେ ଏ ସମ୍ପର୍କରେ ଷ୍ଟେଶନ ମ୍ୟାନେଜରଙ୍କୁ ଶିବା ରାଓ ଲିଖିତ ଅଭିଯୋଗ କରିଛନ୍ତି। ବିଭିନ୍ନ ସମୟରେ ଏପରି ଦେଖା ଦେଉଥିବାରୁ ଯାତ୍ରୀମାନେ ହଇରାଣ ହେଉଛନ୍ତି। ସ୍ଲିପର ଓ ଏସି ଯାତ୍ରୀ ପ୍ରଥମେ ଜେନେରାଲ ଓ ଅନ୍ୟ ବଗିରେ ଚଢିବାକୁ ପଡ଼ୁଛି। ପରେ ବ୍ରହ୍ମପୁର ଓ ବାଲୁଗାଁ ଷ୍ଟେଶନରେ ଓହ୍ଲାଇ ନିଜ ବଗିକୁ ଯିବାକୁ ପଡୁଛି। ଏହି ସମସ୍ୟାର ସମାଧାନ ଦାବି କରିଛନ୍ତି ଓକିଲ ବି. ଶ୍ରୀନିବାସ। ଏସି ବଗିରେ ଆଟେନାଣ୍ଟ ରହୁଥିବାରୁ ଫାଟକ ଖୋଲାଯିବା କଥା। ମାତ୍ର ଏହା କରାଯାଉନି। ଏପରିକି ଛତ୍ରପୁର ଷ୍ଟେଶନରୁ ଯାତ୍ରୀମାନେ ବିଭିନ୍ନ ସ୍ଥାନକୁ ଯିବା ପାଇଁ ବୋର୍ଡିଂ ଏଠାରୁ ଟିକେଟ୍‌ ସଂରକ୍ଷଣ ବେଳେ ରହିଥାଏ। ଏଥିପାଇଁ ଟିଟି ମଧ୍ୟ ଧ୍ୟାନ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋକୁ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)  କାର୍ଯ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି।…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri