ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ:  ହାଇକୋର୍ଟରେ ପିଟିଶନ, ଶୁଣାଣି ଆଜି

କଟକ ଅଫିସ,୭ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ସଂକ୍ରାନ୍ତରେ କେନ୍ଦ୍ର ସରକାର ଗତ ୨ ତାରିଖରେ ଏକ ଗେଜେଟ୍‌ ନୋଟିଫିକେଶନ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାରଙ୍କ ଏହି ନୋଟିଫିକେଶନକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର କଟକ ସ୍ୟାଟ୍‌ ବାର ଆସୋସିଏଶନ ପକ୍ଷରୁ ହାଇକୋର୍ଟରେ ପିଟିଶନ ଦାଏର କରାଯାଇଛି। ବୁଧବାର ଏହି ମାମଲାର ଶୁଣାଣି ହେବ। ହାଇକୋର୍ଟ ସ୍ୟାଟ୍‌କୁ ନେଇ ତାଙ୍କର ଚୂଡ଼ାନ୍ତ ନିଷ୍ପତ୍ତି ଦେବେ ବୋଲି ସୂଚନା ମିଳିଛି। ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି ଯେ, ହାଇକୋର୍ଟରେ ସ୍ୟାଟ୍‌ ଉଚ୍ଛେଦ ନେଇ ମାମଲା ବିଚାରାଧୀନ ରହିଛି। ମାମଲା ଶେଷ ହୋଇ ନ ଥିବାବେଳେ କେନ୍ଦ୍ର ସରକାର ଯେଉଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ତାହା ବେଆଇନ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କର ଏହି ବ୍ୟବସ୍ଥା ଉଚ୍ଛେଦ କରିବାର କ୍ଷମତା ନାହିଁ। କେବଳ ପାର୍ଲାମେଣ୍ଟର ଉଚ୍ଛେଦ କ୍ଷମତା ରହିଛି। ତେଣୁ ଏହି ବିଜ୍ଞପ୍ତିକୁ ରଦ୍ଦ କରିବା ପାଇଁ ଆବେଦନକାରୀ ଦର୍ଶାଇଛନ୍ତି। ଏହି ମାମଲାରେ କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆଡମିନିଷ୍ଟ୍ରେଟିଭ୍‌ ଟ୍ରିବ୍ୟୁନାଲ ଆକ୍ଟ ୧୯୮୫ ଧାର(୨) ଓ ଜେନେରାଲ କ୍ଲଜେସ୍‌ ଆକ୍ଟର ଧାରା ୨୧ରେ ପ୍ରଦତ୍ତ କ୍ଷମତା ଅନୁଯାୟୀ ସ୍ୟାଟ୍‌ ଉଚ୍ଛେଦ କରାଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଓଡ଼ିଶା ସରକାର ସ୍ୟାଟ୍‌ ଉଚ୍ଛେଦ ଲାଗି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ଏହି ପ୍ରସ୍ତାବକୁ ହାଇକୋର୍ଟ ଅନୁମୋଦନ କରିଥିଲେ। ସୂଚନାଯୋଗ୍ୟ ଯେ, ୧୯୮୬ ଜୁଲାଇ ୧୪ରେ ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ ପ୍ରତିଷ୍ଠା କରାଯାଇଥିଲା। ୨୦୧୪ ଫେବୃୟାରୀ ୧୮ରେ ସ୍ୟାଟ୍‌ରେ ୮ଜଣ ସଦସ୍ୟ ରହିବା ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଭୁବନେଶ୍ୱର ଏହାର ପ୍ରମୁଖ ବେଞ୍ଚ ହୋଇଥିଲା। ତେବେ କଟକ ବେଞ୍ଚ ସହିତ ସମ୍ବଲପୁର ଓ ବ୍ରହ୍ମପୁର ସର୍କିଟ୍‌ ବେଞ୍ଚ ପ୍ରତିଷ୍ଠା କରାଯାଇଥିଲା। ମାତ୍ର ରାଜ୍ୟ ସରକାରଙ୍କ କ୍ୟାବିନେଟ୍‌ ୨୦୧୫ରେ ସେପ୍ଟେମ୍ବର ୯ରେ ସ୍ୟାଟ୍‌ ଉଚ୍ଛେଦ ଲାଗି ନିଷ୍ପତ୍ତି ନେଇ ହାଇକୋର୍ଟଙ୍କୁ ଅନୁମୋଦନ କ୍ରମେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ଏହାକୁ ନେଇ ପୂର୍ବରୁ ଉଭୟ ଭୁବନେଶ୍ୱର ଓ କଟକ ସ୍ୟାଟ୍‌ ବାର ଆସୋସିଏଶନ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଓ ଜଷ୍ଟିସ୍‌ କେ.ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏହି ମାମଲା ଚାଲୁରହିଛି। ଗତ ଜୁଲାଇ ୧୮ରେ ହାଇକୋର୍ଟ ସ୍ୟାଟ୍‌ରେ ନିଯୁକ୍ତି ସଂକ୍ରାନ୍ତରେ ସରକାର କ’ଣ ସବୁ ପଦକ୍ଷେପ ଗ୍ରହଣ କରିଛନ୍ତି ସେ ସମ୍ପର୍କିତ ତଥ୍ୟ ଅଗଷ୍ଟ ୮ ମଧ୍ୟରେ ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri