Posted inଖେଳ

ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟ: ଦୀପକଙ୍କ ଦ୍ୱିତୀୟ ହ୍ୟାଟ୍ରିକ

ଥିରୁଭାନନ୍ତପୁରମ,୧୨।୧୧- ୨୭ ବର୍ଷୀୟ ଭାରତୀୟ ମଧ୍ୟଗତିର ବୋଲର ଦୀପକ ଚହର ୩ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହ୍ୟାଟ୍ରିକ ଉଇକେଟ ହାସଲ କରିବାର ବିରଳ ସୌଭାଗ୍ୟ ଲାଭ କରିଛନ୍ତି। ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ବିଦର୍ଭ ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନର ଏହି ଉଦୀୟମାନ ବୋଲର ପୁଣି ହ୍ୟାଟ୍ରିକ ଉଇକେଟ ସଫଳତା ପାଇଛନ୍ତି। ହ୍ୟାଟ୍ରିକ ସହ ଗୋଟିଏ ଓଭରରେ ୪ ଉଇକେଟ୍‌ ନେବା ସତ୍ତ୍ୱେ ଦୀପକ କିନ୍ତୁ ତାଙ୍କ ଟିମ୍‌କୁ ପରାଜୟରୁ ରକ୍ଷା କରିପାରି ନ ଥିଲେ। ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ରାଜସ୍ଥାନ ୧ ରନରେ ପରାସ୍ତ ହୋଇଥିଲା।

ସ୍ଥାନୀୟ ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗ୍ରୁପ୍‌-ବି’ର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବିଦର୍ଭ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। କିନ୍ତୁ ମ୍ୟାଚ୍‌ ମଝିରେ ବର୍ଷା ହେବାକୁ ଏହାକୁ ୧୩ ଓଭର ବିଶିଷ୍ଟ କରାଯାଇଥିଲା। ଅଧିନାୟକ ଚହରଙ୍କ ବୋଲିଂକୁ ସାମ୍ନା କରି ନ ପାରି ବିଦର୍ଭ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ୍‌ ହରାଇ ୯୯ ରନ କରିଥିଲା। ଅନ୍ତର୍ଜାତୀୟ ଟି୨୦ରେ ଦେଶର ପ୍ରଥମ ପୁରୁଷ ଖେଳାଳି ଭାବେ ହ୍ୟାଟ୍ରିକ ନେଇଥିବା ଚହର ୩ ଓଭରରେ ୧୮ ରନ୍‌ ବ୍ୟୟ କରି ୪ ଉଇକେଟ ହାତେଇଛନ୍ତି। ଏହି ୪ଟି ଯାକ ଉଇକେଟ୍‌ ସେ ଗୋଟିଏ ଓଭରରେ ନେଇଥିଲେ। ବିଦର୍ଭ ଇନିଂସର ଅନ୍ତିମ ତଥା ୧୩ତମ ଓଭର ବୋଲିଂ କରିଥିବା ଦୀପକ ପ୍ରଥମ ବଲରେ ରୂପେଲ ରାଠୋର (୩ ରନ)ଙ୍କୁ ଭାଇ ରାହୁଲ ଚହରଙ୍କ ହାତରେ କ୍ୟାଚ୍‌ କରାଇନେଇଥିଲେ। ଏହାପରେ ଓଭର ଅନ୍ତିମ ୩ଟି ବଲରେ ସେ ଯଥାକ୍ରମେ ଦର୍ଶନ ନାଲକାଣ୍ଡେ (୦), ଶ୍ରୀକାନ୍ତ ଓ୍ବାଗ (୧୩) ଓ ଅକ୍ଷୟ ଓ୍ବାଦ (୦)ଙ୍କୁ ଆଉଟ୍‌ କରି ହ୍ୟାଟ୍ରିକ ହାସଲ କରିଥିଲେ। ଏହାପରେ ଭିଜେଡି ମେଥଡରେ ରାଜସ୍ଥାନ ସମ୍ମୁଖରେ ୧୦୭ ରନର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଜବାବରେ ରାଜସ୍ଥାନ ଓପନର୍‌ ମନିନ୍ଦର ସିଂ (୪୪ ରନ, ୧୭ ବଲ, ୬ ଛକା)ଙ୍କ ବିସ୍ଫୋରକ ବ୍ୟାଟିଂ ସତ୍ତ୍ୱେ ୮ ଉଇକେଟ୍‌ ହରାଇ ୧୦୫ ରନ କରିବାକୁ ସମର୍ଥ ହୋଇଥିଲା। ଉଲ୍ଲେଖଥାଉ କି, ଗତ ରବିବାର ବାଂଲାଦେଶ ବିପକ୍ଷ ଅନ୍ତିମ ତଥା ତୃତୀୟ ଟି୨୦ରେ ସେ ମାତ୍ର ୭ ରନ୍‌ ଦେଇ ୬ ଉଇକେଟ ନେଇ ବିଶ୍ୱରେକର୍ଡ ଅଧିକାରୀ ହୋଇଥିଲେ। ଏଥିରେ ତାଙ୍କର ହ୍ୟାଟ୍ରିକ ମଧ୍ୟ ରହିଥିଲା। ଦୀପକଙ୍କ ଏହି ମାରାତ୍ମକ ସ୍ପେଲ ଯୋଗୁ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୧ ବ୍ୟବଧାନରେ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri