ସ’ ମିଲ୍‌ରେ ଚଢ଼ାଉ : ୧୧ଲକ୍ଷ ଟଙ୍କାର ଯନ୍ତ୍ରାଂଶ ଜବତ

ବାଲେଶ୍ୱର ଅଫିସ, ୯।୬-ବାଲେଶ୍ୱର ଜିଲା ବନବିଭାଗ ଓ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ମଙ୍ଗଳବାର ପୂର୍ବାହ୍ନରେ ସାରଗାଁ ଓ ଜୟଦେବକସବା ଅଞ୍ଚଳର ଦୁଇଟି ସ’ ମିଲ୍‌ ଉପରେ ଚଢ଼ାଉ କରାଯାଇ ୧୧ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ କରାଯାଇଛି। ଏନେଇ ବାଲେଶ୍ୱର ସଦର ବନବିଭାଗ କାର୍ଯ୍ୟାଳୟରେ ମାମଲା (ନଂ. ୬ ଓ ୭/୨୦୨୦-୨୧) ରୁଜୁ କରାଯାଇଛି।
ଉକ୍ତ ଅଞ୍ଚଳରେ ଚୋରାକାଠ କାରବାର ବଢିଚାଲିଥିବା ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ପୂର୍ବ ଯୋଜନା ଅନୁସାରେ ବିଭାଗୀୟ ଭିଜିଲାନ୍ସ ଏସ୍‌ପି ସନ୍ତୋଷ କୁମାର ମିଶ୍ର ଓ ଡିଏଫ୍‌ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ପୂର୍ବାହ୍ନରେ ଉଭୟ ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଥିଲା। ସାରଗାଁସ୍ଥିତ ମନୋରଞ୍ଜନ ପଣ୍ଡାଙ୍କ ସ’ମିଲ୍‌ରୁ ଯନ୍ତ୍ରାଂଶ ସମେତ ଅର୍ଜୁନ, ନିମ୍ବ, ଆକାଶିଆ, ଝାଉଁ, ଆମ୍ବ ଭଳି ୬୫ସିଏଫ୍‌ଟି କାଠ (ଆନୁମାନିକ ମୂଲ୍ୟ ୫ଲକ୍ଷ ଟଙ୍କା) ଜବତ କରାଯାଇଥିଲା। ସେହିପରି ଜୟଦେବକସବା ଅଞ୍ଚଳର ରବୀନ୍ଦ୍ର ପୋଇଙ୍କ ସ’ ମିଲ୍‌ ଉପରେ ଚଢ଼ାଉ କରାଯାଇ ବିଭିନ୍ନ ଦାମୀ ୪୯ ସିଏଫ୍‌ଟି କାଠ ଓ ବ୍ୟବହୃତ ଯନ୍ତ୍ରାଂଶ (ଆନୁମାନିକ ମୂଲ୍ୟ ୬ଲକ୍ଷ ଟଙ୍କା) ଜବତ କରାଯାଇଥିବା ସଦର ଫରେଷ୍ଟର ବିବେକାନନ୍ଦ ଜେନା ପ୍ରକାଶ କରିଛନ୍ତି। ସଦର ଥାନା ପୋଲିସ ଓ ୧ ପ୍ଲାଟୁନ ଏପିଆର୍‌ ଫୋର୍ସ ସହାୟତା କରିଥିବା ବେଳେ ଚଢ଼ାଉରେ ଚାନ୍ଦିପୁର ରେଞ୍ଜର କ୍ଷୀରାବ୍ଧି ପ୍ରଧାନ, ଭିଜିଲାନ୍ସ ଡିଏସ୍‌ପି ଦକ୍ଷିଣଚନ୍ଦ୍ର ମୁର୍ମୁ, ରେଞ୍ଜର ଶ୍ୟାମ ସିଂ, ଇନ୍ସପେକ୍ଟର ସୁଲୋଚନା ନାୟକ ଓ ଲକ୍ଷ୍ମୀନାରାୟଣ ମୁଖୀ, ଫରେଷ୍ଟଗାର୍ଡ ଶଶାଙ୍କ ଜେନା ଓ ଶଶିଧର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri