Posted inଖେଳ

ହଂକଂ ଅଧିନାୟକ ପଦ ଛାଡ଼ିଲେ ଓଡ଼ିଆ ଖେଳାଳି ଅଂଶୁମାନ

ନୂଆଦିଲ୍ଲୀ, ୧୨।୯- ଭାରତ ପକ୍ଷରୁ ଖେଳିବା ସ୍ବପ୍ନରେ ଓଡ଼ିଆ ପୁଅ ଅଂଶୁମାନ ରଥ ଗୁରୁବାର ହଂକଂ ଜାତୀୟ କ୍ରିକେଟ୍‌ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ଆଗାମୀ ଦିନରେ ଭାରତରେ ପ୍ରଥମ ଶ୍ରେଣୀ କ୍ରିକେଟ୍‌ ଖେଳିବାକୁ ଯୋଜନା ରଖିଥିବା ଅଂଶୁମାନ ଏଥିସହ ହଂକଂ ଜାତୀୟ ଦଳ ସିଲେକ୍ସନ ପ୍ରକ୍ରିୟାରୁ ମଧ୍ୟ ନିଜକୁ ଦୂରେଇ ନେଇଛନ୍ତି। ‘ଗତ କିଛି ବର୍ଷ ହେବ ମୋତେ ସମସ୍ତ ପ୍ରକାର ସମର୍ଥନ ଓ ସହଯୋଗ କରିଥିବାରୁ କ୍ରିକେଟ୍‌ ହଂକଂକୁ ଧନ୍ୟବାଦ ଦେବାକୁ ଚାହୁଁଛି। ୧୨ବର୍ଷ ବୟସରୁ ହଂକଂ କ୍ରିକେଟ୍‌ ସହ ଜଡ଼ିତ ହୋଇଆସିଛି, ଯାହାକି ବହୁତ ସ୍ମରଣୀୟ ରହିବ। ଏବେ କିନ୍ତୁ ପରିବର୍ତ୍ତନର ସମୟ ଆସିଛି ବୋଲି ଭାବୁଛି। ସମସ୍ତ ସାଥୀ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ଧନ୍ୟବାଦ୍‌ ଦେବା ସହ ଭବିଷ୍ୟତ ପାଇଁ ଶୁଭେଚ୍ଛା’ ବୋଲି ଭୁବନେଶ୍ୱର ନିବାସୀ ଅଂଶୁମାନ ଇମର୍ଜିଂ କ୍ରିକେଟ୍‌କୁ ଏକ ସାକ୍ଷାତ୍‌କାର ଅବସରରେ କହିଛନ୍ତି। ରଥ ହଂକଂ ପକ୍ଷରୁ ୧୮ ଦିନିକିଆ ମ୍ୟାଚ୍‌ ଖେଳି ଗୋଟିଏ ଶତକ ଓ ୭ ଅର୍ଦ୍ଧଶତକ ସହ ୮୨୪ ରନ୍‌ ସଂଗ୍ରହ କରିଛନ୍ତି। ୧୪୩ ରନର ଅପରାଜିତ ଶତକୀୟ ଇନିଂସ ତାଙ୍କର ଶ୍ରେଷ୍ଠ ସ୍କୋର ରହିଛି। ସେହିଭଳି ୨୦ ଟି୨୦ ମ୍ୟାଚ୍‌ରୁ ସେ ୧୮.୯ ଆଭରେଜରେ ୩୨୧ରନ୍‌ କରିଛନ୍ତି। ସେହିଭଳି ଦିନିକିଆ ଓ ଟି୨୦ରେ ସେ ଯଥାକ୍ରମେ ୧୪ ଓ ୫ ଉଇକେଟ୍‌ ହାସଲ କରିଛନ୍ତି। ଭାରତୀୟ ପାର୍ସପୋର୍ଟର ଅଧିକାରୀ ଥିବା ଅଂଶୁମାନ ସ୍ଥାନୀୟ ‘ଅନ୍‌କ୍ୟାପଡ୍‌’ ଖେଳାଳି ଭାବେ ଆଇପିଏଲ୍‌ ୨୦୨୦ ଖେଳାଳି ନିଲାମିରେ ସାମିଲ ହେବାର ମଧ୍ୟ ସମ୍ଭାବନା ସୃଷ୍ଟି ହୋଇଛି। ଭାରତ ପକ୍ଷରୁ ଖେଳିବା ଲକ୍ଷ୍ୟ ରହିଛି ବୋଲି ଏହି ବାମହାତୀ ଓପନିଂ ବ୍ୟାଟ୍ସମ୍ୟାନ ସାକ୍ଷାତ୍‌କାର ଅବସରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri