Posted inଜାତୀୟ

ହଂକଂ ପଠାଯାଇଛି ୧୦୩୮ କୋଟି କଳାଧନ: ୫୧ ସଂସ୍ଥା ବିରୋଧରେ ସିବିଆଇ ମାମଲା

ନୂଆଦିଲ୍ଲୀ,୭ା୧(ପି.ଟି.): ଗତ ୨୦୧୪-୧୫ ବର୍ଷରେ ଭାରତରୁ ହଂକଂକୁ ୧୦୩୮ କୋଟି ୩୪ ଲକ୍ଷ ଟଙ୍କାର କଳାଧନ ପଠାଯାଇଥିବା ଅଭିଯୋଗରେ ସିବିଆଇ ୫୧ଟି ସଂସ୍ଥା ବିରୋଧରେ ମାମଲା ରୁଜୁ କରିଛି। ଅଧିକାଂଶ ସଂସ୍ଥା ଚେନ୍ନାଇ ବାସିନ୍ଦାଙ୍କ ମାଲିକାନାରେ ରହିଛି। ତିନୋଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର କେତେଜଣ ଅଧିକାରୀ ଏହି କଳାଧନ ଟ୍ରାନ୍ସଫର କରାଇବାରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ସେହି ବ୍ୟାଙ୍କଗୁଡ଼ିକ ହେଲେ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ଏସ୍‌ବିଆଇ ଏବଂ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ। ଏହିସବୁ ବ୍ୟାଙ୍କର ୪ଟି ଶାଖାରେ ୪୮ଟି କମ୍ପାନୀର ୫୧ଟି କରେଣ୍ଟ ଆକାଉଣ୍ଟ ଖୋଲିଥିଲା। ଏହି ଆକାଉଣ୍ଟ ଜରିଆରେ ବିଦେଶକୁ ଟଙ୍କା ପଠାଯାଉଥିବା ସିବିଆଇକୁ ସୂଚନା ମିଳିଥିଲା। ୨୪ଟି ଆକାଉଣ୍ଟ ଜରିଆରେ ବିଭିନ୍ନ ଆମଦାନି ସାମଗ୍ରୀର ଅଗ୍ରିମ ପୈଠ ବାବଦକୁ ୪୮୮.୩୯ କୋଟି ଟଙ୍କା ପଠାଯାଇଥିବାବେଳେ ଭାରତୀୟ ପର୍ଯ୍ୟଟକମାନଙ୍କ ବିଦେଶ ଭ୍ରମଣ ବାବଦରେ ୫୪୯.୯୫ କୋଟି ଟଙ୍କା ୨୭ଟି ଆକାଉଣ୍ଟ ମାଧ୍ୟମରେ ପ୍ରେରଣ କରାଯାଇଥିଲା। ସିବିଆଇ ମହମ୍ମଦ ଇବ୍ରାମ୍‌ସା, ଜନି, ଜିଣ୍ଟା ମିଧାର, ନିଜାମୁଦ୍ଦିିନ ଏବଂ ୪୮ଟି କମ୍ପାନୀ ବିରୋଧରେ ମାମଲା ରୁଜୁ କରିଛି। ୨୪ଟି କମ୍ପାନୀ ମଧ୍ୟରୁ ୧୦ଟି ପୂର୍ବରୁ ଛୋଟକାଟର ଆମଦାନି କରୁଥିଲେ। ସେମାନଙ୍କର ଆମଦାନି ସାମଗ୍ରିର ଦାମ୍‌ ଏବଂ ପଠାଯାଇଥିବା ଅର୍ଥ ପରିମାଣ ମଧ୍ୟରେ ତାଳମେଳ ନାହିଁ। ଏହାବ୍ୟତୀତ ଏହି କାରବାରରେ ସମ୍ପୃକ୍ତ କେତେଜଣଙ୍କୁ କମିଶନି ଦିଆଯିବା ସହ ସମ୍ପୃକ୍ତ ବ୍ୟାଙ୍କ ଅଧିକାରୀମାନେ ଲାଞ୍ଚ ନେଇଥିବା ମଧ୍ୟ ଜଣାପଡିଛି। ୨୦୧୫ ଶେଷ ଭାଗରେ ଏହିସବୁ କାରବାର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri