ହକି ବିଶ୍ୱକପ୍‌ ଖର୍ଚ୍ଚର ପ୍ରାଥମିକ ହିସାବ: ୮୨.୫ କୋଟିରୁ ୫୯ କୋଟିର ହିସାବ ଆସିଛି

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଓଡ଼ିଶାରେ ଗତବର୍ଷ ହୋଇଥିବା ହକି ବିଶ୍ୱକପ୍‌ ପାଇଁ ରାଜ୍ୟ ସରକାର ୮୨.୫ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଏଥିମଧ୍ୟରୁ ୫୯.୫୯ କୋଟି ଟଙ୍କାର ହିସାବ ସାମ୍ନାକୁ ଆସିଛି। ୨୫ କୋଟି ଟଙ୍କା କେବଳ ବିଶ୍ୱକପର ଆୟୋଜକ, ଅନ୍ତର୍ଜାତୀୟ ହକି ପରିଷଦ(ଏଫ୍‌ଆଇଏଚ୍‌) ଏବଂ ହକି ଇଣ୍ଡିଆକୁ ପ୍ରଦାନ କରାଯାଇଥିଲା। ଗଣମାଧ୍ୟମ ଏବଂ ପ୍ରଚାର ପ୍ରସାର ପାଇଁ ୯.୨୩କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। ପ୍ରାଥମିକ ଖର୍ଚ୍ଚ ହିସାବରୁ ଜଣାପଡିଛି, ସମଗ୍ର ବିଶ୍ୱକପ୍‌ର ପରିଚାଳନା ପାଇଁ ୬.୯୪କୋଟି ଟଙ୍କା, କଳିଙ୍ଗ ଷ୍ଟାଡିୟମ ବାବଦରେ ୬.୫୪କୋଟି ଏବଂ ଖେଳାଳି ଓ ସହାୟକମାନଙ୍କ ପରିବହନ ବାବଦରେ ୩.୭୩କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ସେହିପରି ଦେଶ ଏବଂ ଦେଶ ବାହାରେ ହକି ବିଶ୍ୱକପ୍‌ର ପ୍ରଚାର ଲାଗି ୧.୫କୋଟି ଟଙ୍କା ବ୍ୟୟ କରାଯାଇଛି। ଏହି କ୍ରୀଡ଼ା ମହାକୁମ୍ଭ ଚାଲିଥିବା ବେଳେ ଯୋଗଦେଇଥିବା ବିଭିନ୍ନ ଖେଳାଳି ଏବଂ ଅତିଥିମାନଙ୍କ ରହଣି ଓ ଅନ୍ୟାନ୍ୟ ଖର୍ଚ୍ଚ ବାବଦରେ ୧.୧୧ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ସେହିଭଳି ବିଶ୍ୱକପ୍‌ର ପ୍ରକଳ୍ପ ପରିଚାଳନା ବାବଦକୁ ୨.୧୮ କୋଟି ଟଙ୍କା, ୮୮.୯୬ଲକ୍ଷ ଟଙ୍କା ବୈଧାନିକ ଖର୍ଚ୍ଚ ଏବଂ ୨.୫୦କୋଟି ଟଙ୍କା ଅନ୍ୟାନ୍ୟ ବାବଦରେ ଖର୍ଚ୍ଚ ହୋଇଛି। ଏହାସହ ଆହୁରି କେତେ ଖର୍ଚ୍ଚ ହିସାବ କରାଯାଇ ନ ଥିବା ସରକାରୀ ସ୍ତରରୁ ଜଣାପଡିଛି। ଏହି ବିଶ୍ୱକପ୍‌ ସମୟରେ ଆୟୋଜନ କରାଯାଇଥିବା ଉଦ୍‌ଘାଟନୀ ଉତ୍ସବ ପାଇଁ ହକି ଇଣ୍ଡିଆ ପକ୍ଷରୁ ଖର୍ଚ୍ଚ କରାଯାଇଥିଲା। ଏହି ବିଶ୍ୱକପ୍‌ ଗତବର୍ଷ ନଭେମ୍ବର ୨୮ରୁ ଆରମ୍ଭ ହୋଇ ଡିସେମ୍ବର ୧୬ ପର୍ଯ୍ୟନ୍ତ ଚାଲିଥିଲା। ରାଜ୍ୟ ସରକାର ବିଧାନସଭା ଅଧିବେଶନରେ ଏ ସମ୍ବନ୍ଧରେ ଉତ୍ତର ରଖି ନ ଥିବା ବେଳେ ଆର୍‌ଟିଆଇ(ସୂଚନା ଅଧିକାର ଆଇନ) ଦ୍ୱାରା ତଥ୍ୟ ମଗାଗଲେ ମଧ୍ୟ ମିଳୁ ନ ଥିବା ଜଣାପଡିଛି। ଅପରପକ୍ଷରେ ବିରୋଧୀ ଏବଂ ସୂଚନା ଅଧିକାରୀ କର୍ମୀଙ୍କ ପକ୍ଷରୁ ହକି ବିଶ୍ୱକପ୍‌ ଆୟୋଜନରେ ଆର୍ଥିକ ଅନିୟମିତତା ହୋଇଥିବା ଅଭିଯୋଗ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?