ହଜିଗଲା ମାନବିକତା: ବୃଦ୍ଧାଙ୍କୁ ରାସ୍ତାରେ ଛାଡ଼ି ଦେଲେ

ଜଳେଶ୍ୱର, ୩୦।୧୦(ଡି.ଏନ.ଏ.)-ଦିନକୁ ଦିନ ଲୋକଙ୍କ ମଧ୍ୟରେ ହଜିଯାଉଛି ମାନବିକତା। ସମାଜରେ ଅସହାୟମାନଙ୍କୁ ସାହାଯ୍ୟ କରିବା ଦୂରେ ଥାଉ ନିଜ ପରିବାରର ସଦସ୍ୟଙ୍କୁ ଅସହାୟ ଅବସ୍ଥାରେ ରାସ୍ତାକଡରେ ଛାଡିଦେବାକୁ ଲୋକେ ପଛାଉନାହାନ୍ତି। ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି ଜଳେଶ୍ୱର ସହରର ପୁରୁଣିଆ ବଜାର ବାସନ୍ତୀପଡ଼ିଆ ନିକଟରେ। ପଶ୍ଚିମବଙ୍ଗ ରାଜ୍ୟର କଲିକତା ଜିଲା ସିଆଲଦହ ଥାନା ନିମିଲିପୁସିଲି ଗ୍ରାମର ଆସଲିମା ନାମକ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ବୃଦ୍ଧାଙ୍କୁ କିଛିଦିନ ତଳେ ତାଙ୍କର ଭାଉଜ ଏବଂ ମାଉସୀ ଏକ ଭ୍ୟାନ୍‌ରେ ଆଣି ଏହି ସ୍ଥାନରେ ଏକ ଦୋକାନ ପିଣ୍ଡାରେ ବସିବାକୁ କହି ଛାଡି ଚାଲିଯାଇଛନ୍ତି। ବିଚରା ବୃଦ୍ଧା ସେମାନଙ୍କର ଆସିବା ବାଟକୁ ଆଜକୁ ୪ଦିନ ହେଲା ଚାହିଁ ବସିଛନ୍ତି। ସ୍ଥାନୀୟ ଲୋକମାନେ ମାନସିକ ବିକୃତ ଭାବି ପ୍ରଥମ ଦିନ ଖାଇବାକୁ ଦେଇଥିଲେ। ପରେ ବୃଦ୍ଧାଙ୍କ ନିକଟରୁ ସମସ୍ତ କଥା ଜଣାପଡ଼ିଥିଲା। ଆସଲିମା ବନାରସର ଇବ୍ରାହିମ ନାମକ ଲୋକକୁ ବିବାହ କରିଥିଲେ। ତାଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ସ୍ବାମୀ ଇବ୍ରାହୀମଙ୍କ ମୃତ୍ୟୁ ପରେ ସିଆଲଦହ ଥାନା ଅଞ୍ଚଳରେ ଥିବା ତାଙ୍କ ବାପଘରେ ଭାଇଙ୍କ ସହ ରହୁଥିଲେ। ତାଙ୍କର ଗୋଟିଏ ହାତ ଭଙ୍ଗା ସହ ବୃଦ୍ଧ ହୋଇଯାଇଥିବାରୁ ତାଙ୍କର ଆମତ୍ୀୟମାନେ ତାଙ୍କୁ ଆଣି ଏଠାରେ ଛାଡ଼ି ଚାଲିଯାଇଛନ୍ତି। ଏବେ ସ୍ଥାନୀୟ ଲୋକଙ୍କଠାରୁ କେତେବେଳେ ମାଗି ଖାଉଛନ୍ତି ତ କେତେବେଳେ ଉପାସ ଶୋଇ ରହୁଛନ୍ତି। ପ୍ରଶାସନ ପକ୍ଷରୁ ସହାୟତା କରାଗଲେ ସେ ତାଙ୍କ ଘରକୁ ଫେରିଯାଇପାରନ୍ତେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri