ହଟିଲା ହାଇଡ୍ରୋକ୍ସିକ୍ଲୋରୋକୁଇନ ରପ୍ତାନି କଟକଣା

ନୂଆଦିଲ୍ଲୀ,୮ା୪: ଆମେରିକା ସମେତ କରୋନା ଭୂତାଣୁ ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ରାଷ୍ଟ୍ରଗୁଡ଼ିକୁ ଭାରତ ଔଷଧ ଯୋଗାଇଦେବ। ଏବେ ମ୍ୟାଲେରିଆ ନିରାକରଣ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଏବଂ ପାରାସିଟାମଲ ଉପରୁ କଟକଣା ଆଂଶିକ ଉଠାଇଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଔଷଧ ଯୋଗାଇଦେବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୁଇଦିନ ପୂର୍ବରୁ ଭାରତକୁ ଅନୁରୋଧ କରିଥିଲେ। ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଔଷଧ ପଠାଇବାକୁ ମନା କରନ୍ତି ତେବେ ଏହାର ପ୍ରତିଶୋଧ ନିଆଯିବ ବୋଲି ଟ୍ରମ୍ପ୍‌ ଚେତାବନୀ ଦେବାର କିଛି ସମୟ ପରେ ଭାରତ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
ମହାମାରୀର ମୁକାବିଲା ଲାଗି ମାନବିକତା ଦୃଷ୍ଟିକୋଣରୁ ଭାରତ ଉପରେ ନିର୍ଭରଶୀଳ ପଡୋଶୀ ଦେଶଗୁଡ଼ିକୁ ପର୍ଯ୍ୟାପ୍ତ ପରିମାଣରେ ପାରାସିଟାମଲ ଏବଂ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଯେଉଁ ଦେଶଗୁଡିକ କରୋନା ସଂକ୍ରମଣରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛନ୍ତି, ସେଗୁଡ଼ିକୁ ମଧ୍ୟ ଜରୁରୀ ଔଷଧ ଯୋଗାଇ ଦିଆଯିବ ବୋଲି ଅର୍ଥ ମନ୍ତ୍ରଣାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି। ବିଶ୍ୱର ଜୀବନରକ୍ଷାକାରୀ ଔଷଧର ଏକ-ଚତୁର୍ଥାଂଶରୁ ଅଧିକ ଭାରତ ଯୋଗାଇଥାଏ। କୋଭିଡ୍‌-୧୯ ମାମଲା ବଢ଼ିବା ପରେ ଅଧିକ ଔଷଧ ମହଜୁଦ ରଖିବା ଲାଗି ଗତମାସରେ ସରକାର ୨୬ଟି ଫାର୍ମାସ୍ୟୁଟିକାଲ ଉପାଦାନ ଓ ସେଥିରୁ ପ୍ରସ୍ତୁତ ଔଷଧ ରପ୍ତାନି ଉପରେ କଟକଣା ଲଗାଇଥିଲେ।
କୋଭିଡ୍‌-୧୯ ମହାମାରୀର ଭୟାବହତାକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ସମୁଦାୟ ଦୃଢ଼ ଏକତା ଓ ସହଯୋଗ ମନୋଭାବ ପ୍ରଦର୍ଶନ କରିବା ଜରୁରୀ ବୋଲି ଭାରତ ସବୁବେଳେ କହିଆସିଛି। ତେବେ ଘରୋଇ ଆବଶ୍ୟକତା ପୂରଣ ପରେ ଗଚ୍ଛିତ ପରିମାଣକୁ ଦେଖି ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଏବଂ ପାରାସିଟାମଲ ରପ୍ତାନି ପାଇଁ ଅନୁମତି ଦିଆଯିବ ବୋଲି ଅର୍ଥ ମନ୍ତ୍ରଣାଳୟ କହିଛି। ଏହି ଔଷଧ ଲାଇସେନ୍ସ ବର୍ଗରେ ଯାଉଥିବାରୁ ଏହାର ଚାହିଦା ଉପରେ ନିୟମିତ ସମୀକ୍ଷା କରାଯାଇଥାଏ। ମ୍ୟାଲେରିଆ ନିରାକରଣ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ କରୋନା ଚିକିତ୍ସାରେ ବ୍ୟବହାର କରାଯାଇପାରିବ ବୋଲି ପରୀକ୍ଷାରୁ ଜଣାପଡିବା ପରେ ଗତମାସ ୨୫ ତାରିଖରେ ସରକାର ଏହାର ରପ୍ତାନି ଉପରେ କଟକଣା ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri