ହତ୍ୟାକାରୀ ପୁତୁରା ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୨ା୨(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଉପର ଉଚ୍ଚଡିହା ଗ୍ରାମରେ ଗତ ୨୭ ତାରିଖ ରାତିରେ ବନ୍ଦ କୋଠରିରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଗୁରା ସିଂ (୫୮) ଙ୍କୁ ତାଙ୍କ ପୁତୁରା ଉକ୍ତ ଗ୍ରାମର ମନୋଜ ସିଂ ହତ୍ୟା କରିଥିବା ନେଇ ପୋଲିସ ଶନିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛି। ପାରିବାରିକ କଳହ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମନୋଜ ଏହି ହତ୍ୟାକାଣ୍ଡ ଘଟାଇଥିବା ସଦର ଏସ୍‌ଡିପିଓ କେ.କେ. ହରିପ୍ରସାଦ ସୂଚନା ଦେଇଛନ୍ତି। ସୂଚନା ଅନୁୟାୟୀ, ଗୁରା ତାଙ୍କ ଘରେ ଶୋଇଥିବା ବେଳେ ମନୋଜ ଏକ କଟୁରିରେ ତାଙ୍କୁ ହତ୍ୟା କରି ନିକଟସ୍ଥ ଏକ ପାଳଗଦାରେ ତାହାକୁ ଲୁଚାଇ ଦେଇଥିଲେ। ୨୮ ତାରିଖରେ ସନ୍ଧାନୀ କୁକୁର ସହ ପୋଲିସ ଓ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଏ ନେଇ ବାଙ୍ଗିରିପୋଷି ଥାନାରେ ଏକ ମାମଲା(ନଂ.୧୧/୨୦) ରୁଜୁ କରି ପୋଲିସ ତଦନ୍ତ କରିଥିଲା। ସନ୍ଦେହରେ ମନୋଜଙ୍କୁ ଥାନାକୁ ଆଣି ପଚରାଉଚରା କରିବାରୁ ସେ ଗୁରାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଥିଲେ। ୪ ଦିନ ପରେ ପୋଲିସ ହତ୍ୟାକରୀ ପୁତୁରା ମନୋଜଙ୍କୁ ଗିରଫ କରିଛି। ହତ୍ୟାରେ ବ୍ୟବହୃତ କଟୁରି, ମନୋଜଙ୍କ ରକ୍ତଭିଜା ଶାର୍ଟକୁ ପୋଲିସ ଜବତ କରିଛି। ତାଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଥିବା ଏସ୍‌ଡିପିଓ ହରିପ୍ରସାଦ ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବାଙ୍ଗିରିପୋଷି ଥାନା ଅଧିକାରୀ ଦୟାନିଧି ଦାସ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri