ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ୍‌

ଆଠମଲ୍ଲିକ,୪।୩(ଡି.ଏନ.ଏ.)-୨୦୧୬ରେ ୩ ଶିଶୁପୁତ୍ରଙ୍କୁ କୂଅରେ ଫିଙ୍ଗି କରାଯାଇଥିବା ଏକ ହତ୍ୟା ମାମଲାର ବିଚାର କରି ମଙ୍ଗଳବାର ଅନୁଗୋଳ ଜିଲା ଆଠମଲ୍ଲିକ ଆଡିଶନାଲ୍‌ ସେସନ୍‌ ଜଜ୍‌ ଏସ୍‌.ଆର୍‌. ସାମନ୍ତ ଅଭିଯୁକ୍ତା ମା’ ଶୋଭାଙ୍ଗିନୀ ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୫୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ସ୍ଥଳେ କୋର୍ଟ ଅଧିକ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଅତିରିକ୍ତ ପିପି ଅସିତ ରଞ୍ଜନ ଦେଓ ଏହି ମାମଲା ପରିଚାଳନା କରିଥିଲେ।
ବିବରଣୀରୁ ପ୍ରକାଶ ଯେ, କିଶୋରନଗର ଥାନା ଗୁରୁଜାଙ୍ଗ ଗ୍ରାମର ବିନୋଦ ବେହେରା ଏକ ଗଞ୍ଜେଇ ମାମଲାରେ ଜେଲ୍‌ ଯିବା ପରେ ତାଙ୍କ ପରିବାରରେ ଆର୍ଥିକ ସଙ୍କଟ ଦେଖାଦେଇଥିଲା। ଏହାକୁ ନେଇ ସର୍ବଦା କଳହ ହେଉଥିବାରୁ ସ୍ତ୍ରୀ ଶୋଭାଙ୍ଗିନୀଙ୍କ ମାନସିକ ଅଶାନ୍ତି ବଢ଼ିଯାଇଥିଲା। ଏହି କାରଣରୁ ଶୋଭାଙ୍ଗିନୀ ନିଜର ୩ ଶିଶୁପୁତ୍ର ବୃନ୍ଦାବନ ବେହେରା (୪ବର୍ଷ), ରୋହିତ ବେହେରା (ଅଢ଼େଇ ବର୍ଷ) ଓ ରୋହନ ବେହେରା (୮ ମାସ)ଙ୍କୁ ସେପ୍ଟମ୍ବର ୧୦, ୨୦୧୬ ପୂର୍ବାହ୍ନ ୧୦ଟାରେ କୂଅରେ ପକାଇ ମାରିଦେଇଥିଲେ। ଏ ନେଇ ତାଙ୍କ ଶ୍ୱଶୁର ବସନ୍ତ ବେହେରା କିଶୋରନଗର ଥାନାରେ ଅଭିଯୋଗ କରିଥିଲେ। କିଶୋରନଗର ପୋଲିସ ନଂ. ୮୧/୨୦୧୬ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ସେହିଦିନ ରାତିରେ ବାଦିର ନାଳ ନିକଟରୁ ଅଭିଯୁକ୍ତା ଶୋଭାଙ୍ଗିନୀଙ୍କୁ ଗିରଫ କରିଥିଲା। ପଚରାଉଚରା ବେଳେ ପାରିବାରିକ କଳହ ଓ ମାନସିକ ଅଶାନ୍ତି କାରଣରୁ ଅଭିଯୁକ୍ତା ଏହି ହତ୍ୟାକାଣ୍ଡ ଘଟାଇଥିବା ତତ୍‌କାଳୀନ ଆଠମଲ୍ଲିକ ଏସ୍‌ଡିପିଓ ଗୋପାଳକୃଷ୍ଣ ଷଡ଼ଙ୍ଗୀ ସେତେବେଳେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏ ନେଇ ପୋଲିସ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri