ହତ୍ୟା ଅଭିଯୁକ୍ତ ୩ ବର୍ଷ ପରେ ଗିରଫ

ନୟାଗଡ଼ ଅଫିସ,୨୧ା୧୦: ୩ ବର୍ଷ ତଳେ ହତ୍ୟାକାଣ୍ଡ ଘଟାଇ ଫେରାର ଥିବା ଜଣେ ଯୁବକଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ ଦୁର୍ଗାପ୍ରସାଦ ଗ୍ରାମର କିଶୋର ମାଝି ଓରଫ କୁମ୍ପା। ଘଟଣାରୁ ପ୍ରକାଶ ଯେ, ଘଡ଼ୁଆଳ ଗ୍ରାମର ସୁରେଶ ପଣ୍ଡା ଗ୍ରାମ ଶେଷମୁଣ୍ଡରେ ମାଙ୍କଡ଼ା ପଥର ବ୍ୟବସାୟ କରୁଥିଲେ। ସେଠାରୁ ଅଳ୍ପ ଦୂରରେ ପୂର୍ବରୁ ଉକ୍ତ ଗ୍ରାମର କୁମ୍ପା ମଧ୍ୟ ପଥର ବ୍ୟବସାୟ କରୁଥିଲେ। ସୁରେଶ ସେଠାରେ ପଥର ବେପାର କରିବାରୁ କୁମ୍ପାର ବ୍ୟବସାୟ ମାନ୍ଦା ପଡ଼ି ଯାଇଥିଲା। ଏହିଭଳି ସମୟରେ ତାଙ୍କସହ ମିଶି ବେପାର କରିବାକୁ କୁମ୍ପା ସୁରେଶଙ୍କୁ କହିଥିଲେ। ହେଲେ ସୁରେଶ ଏଥିରେ ରାଜିହୋଇ ନ ଥିଲେ। ଫଳରେ କୁମ୍ପା ସୁରେଶଙ୍କ ଉପରେ ରାଗ ରଖିଥିଲେ। ୪ ଡିସେମ୍ବର ୨୦୧୬ରେ ଦୁର୍ଗାପ୍ରସାଦର ଏକ ଢାବା ନିକଟରେ ଦୁଇଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। କୁମ୍ପା ସୁରେଶଙ୍କୁ ଗୋଇଠା ବିଧା ସହ ପଥର ମାଡ଼ କରିଥିଲେ। ଏଥିରେ ସୁରେଶ ଗୁରୁତର ହୋଇ ପଡ଼ିବାରୁ କୁମ୍ପା ସେଠାରୁ ପଳାଇଯାଇଥିଲେ। ପରେ ସ୍ଥାନୀୟ ଲୋକେ ସୁରେଶଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସୁରେଶଙ୍କ ସ୍ତ୍ରୀ ଭାରତୀ ଏ ନେଇ ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୨୧୦/୧୬) ରୁଜୁ କରି ତଦନ୍ତ ଚଳାଇଥିବା ବେଳେ କୁମ୍ପା ଫେରାର ହୋଇଯାଇଥିଲେ। ଶନିବାର ରାତିରେ ଦୁର୍ଗାପ୍ରସାଦସ୍ଥିତ ଏକ ଢାବାରେ କୁମ୍ପା ଖାଉଥିବାବେଳେ ଟାଉନ ପୋଲିସ ତାଙ୍କୁ ଗିରଫ କରିଥିଲା। କୁମ୍ପାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଟାଉନ ଥାନା ଅଧିକାରୀ ଜୟଦୀପ ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri