ଦିଗପହଣ୍ଡି,୧୩ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ଦିଗପହଣ୍ଡି ପୋଲିସ ଦକ୍ଷିଣପୁର ଗ୍ରାମର ପି.ଜାଗିଲି ରେଡ୍ଡୀଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ପି.ଜାଗିଲି ତାଙ୍କ ଗ୍ରାମର ଜି.ଯୋଗେନ୍ଦ୍ର ରେଡ୍ଡୀ ଏବଂ ତାଙ୍କ ପୁଅ ଜି.ରାଜେଶଙ୍କୁ ଏକ ଛୁରିରେ ଭୁସି ଦେଇଥିଲେ। ଗୁରୁତର ଅବସ୍ଥାରେ ପିତାପୁତ୍ରଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଜି.ଯୋଗେନ୍ଦ୍ରଙ୍କ ସମ୍ପର୍କୀୟ ଏଲ୍. ପ୍ରକାଶ ରେଡ୍ଡୀ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଆଇଆଇସି ଗୌରାଙ୍ଗ ଚରଣ ସାହୁ ଘଟଣାର ତଦନ୍ତ କରି କେସ ନଂ ୧୦୭/୧୯ରେ ଏକ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍ଆଇ ମଧୁସ୍ମିତା ପ୍ରଧାନ ଅଭିଯୁକ୍ତଙ୍କୁ ବୁଧବାର ତାଙ୍କ ଘରୁ ଗିରଫ କରିବା ସହ ହତ୍ୟା ଉଦ୍ୟମରେ ବ୍ୟବହୃତ ଛୁରୀ ଜବତ କରିଥିଲେ। କୋର୍ଟଚାଲାଣ ପରେ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍ଜେଲ ହାଜତକୁ ପଠାଇ ଦିଆଯାଇଛି।
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
Archives

