ହତ୍ୟା ଉଦ୍ୟମ ମାମଲା : ଜେଲ ଗଲେ ଅଭିଯୁକ୍ତ, ରକ୍ତଭିଜା ଛୁରି ଜବତ

ଦିଗପହଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ଦିଗପହଣ୍ଡି ପୋଲିସ ଦକ୍ଷିଣପୁର ଗ୍ରାମର ପି.ଜାଗିଲି ରେଡ୍ଡୀଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ପି.ଜାଗିଲି ତାଙ୍କ ଗ୍ରାମର ଜି.ଯୋଗେନ୍ଦ୍ର ରେଡ୍ଡୀ ଏବଂ ତାଙ୍କ ପୁଅ ଜି.ରାଜେଶଙ୍କୁ ଏକ ଛୁରିରେ ଭୁସି ଦେଇଥିଲେ। ଗୁରୁତର ଅବସ୍ଥାରେ ପିତାପୁତ୍ରଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଜି.ଯୋଗେନ୍ଦ୍ରଙ୍କ ସମ୍ପର୍କୀୟ ଏଲ୍‌. ପ୍ରକାଶ ରେଡ୍ଡୀ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଆଇଆଇସି ଗୌରାଙ୍ଗ ଚରଣ ସାହୁ ଘଟଣାର ତଦନ୍ତ କରି କେସ ନଂ ୧୦୭/୧୯ରେ ଏକ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ମଧୁସ୍ମିତା ପ୍ରଧାନ ଅଭିଯୁକ୍ତଙ୍କୁ ବୁଧବାର ତାଙ୍କ ଘରୁ ଗିରଫ କରିବା ସହ ହତ୍ୟା ଉଦ୍ୟମରେ ବ୍ୟବହୃତ ଛୁରୀ ଜବତ କରିଥିଲେ। କୋର୍ଟଚାଲାଣ ପରେ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri