ହତ୍ୟା ଘଟଣାର ସାକ୍ଷୀଙ୍କୁ ଧମକ ଦେବା ମାମଲା:  ବିଧାୟକ ରମେଶ ଜେନାଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୫ା୧୦-ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ତଥା ଏମପି ଓ ବିଧାୟକଙ୍କ ମାମଲାର ବିଚାର ପାଇଁ ଥିବା କୋର୍ଟର ଜଜ ନିରଞ୍ଜନ ଜେନା ବହୁଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ମାମଲାର ବିଚାର କରି ସାନଖେମୁଣ୍ଡି ବିଧାୟକଙ୍କ ସମେତ ୫ ଜଣଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସାକ୍ଷୀଙ୍କୁ ଧମକ ଦେଇଥିବା ମାମଲାର ପ୍ରମାଣ ମିଳି ନ ଥିବାରୁ ବିଧାୟକ ରମେଶ ଜେନା, ଆମୀ ପାଢ଼ୀ, ମୃତ୍ୟୁଞ୍ଜୟ ସାବତ, ଗଣେଶ ପାଣିଗ୍ରାହୀ ଓ କାଳୀପ୍ରସାଦ ସାହୁ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି। ୨୦୧୩ ଜାନୁୟାରୀରେ ଗୋଷାଣିନୂଆଗାଁ ଥାନାରେ ହାଜିରା ପକାଇ ଘରକୁ ଫେରୁଥିବା ବେଳେ ଜଣେ ଶାନ୍ତି ମିଶ୍ରଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିଲା। ଏହି ମାମଲାର ବିଚାର କୋର୍ଟରେ ଚାଲିଥିବା ବେଳେ ସାକ୍ଷୀ ଥିବା ବିଟୁ ପାତ୍ରଙ୍କୁ ୨୦୧୬ ଜୁଲାଇ ୧୯ ତାରିଖରେ ରମେଶ ଜେନାଙ୍କ ପ୍ରରୋଚନାରେ ତାଙ୍କ ସହଯୋଗୀମାନେ କୋର୍ଟରେ ସାକ୍ଷୀ ନ ଦେବାକୁ ଧମକ ଦେଇଥିଲେ। ସେହି ସମୟରେ ବିଧାୟକ ଅନ୍ୟ ମାମଲାରେ ଗିରଫ ହୋଇ ପୂର୍ବରୁ ଜେଲରେ ଥିଲେ। ଉକ୍ତ ହତ୍ୟା ମାମଲାର ସାକ୍ଷୀ ବିଟୁ ଗୋଷାଣିନୁଆଗାଁ ଥାନାରେ ଏନେଇ ଅଭିଯୋଗ କରିଥିଲେ। ପୋଲିସ ନଂ.୫୧/୧୬ରେ ଏକ ମାମଲା ରୁଜୁ କରି ରମେଶ ଜେନାଙ୍କ ନାମରେ କୋର୍ଟରେ ରିମାଣ୍ଡ ରିପୋର୍ଟ ଦେଇଥିଲା। ପରେ ତଦନ୍ତକାରୀ ଅଧିକାରୀ ଏହି ମାମଲାର ଚାର୍ଜସିଟ କୋର୍ଟରେ ଦାଖଲ କରିଥିଲେ। ଶୁକ୍ରବାର ଏହି ମାମଲାର ଶୁଣାଣି ବେଳେ ୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଏଡିଜେ-୩ ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଏପିପି ଅଭିରାମ ସାହୁ ଓ ମୁଦଲାଙ୍କ ପକ୍ଷରୁ କିଶୋର ବିଷୋୟୀ, ନିର୍ମଳ ସାହୁ, ପୀତବାସ ପଣ୍ଡା, ବିରଞ୍ଚି ମହାପାତ୍ର ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri