ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଭବାନୀପାଟଣା, ୨୫।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଅଦାଲତ ଜିଲା ଓ ଦୌରାଜଜ୍‌ ପ୍ରଦୀପ କୁମାର ପଟ୍ଟନାୟକ ମଙ୍ଗଳବାର ଏକ ହତ୍ୟା ମାମଲା କେସ୍‌ ନଂ. ୫୧/୨୦୧୫ର ଶୁଣାଣି କରିଛନ୍ତି। କେସିଙ୍ଗା ଥାନା ଅନ୍ତର୍ଗତ ଡେମେରମୁଣ୍ଡା ଗ୍ରାମର ଅଭିଯୁକ୍ତ ଶିଶୁପାଲ ମାଝିଙ୍କୁ ଆଜୀବନ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ ଅତିରିକ୍ତ ୧ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ଏହି କେସ୍‌ରେ ଅନ୍ୟ ୨ ଅଭିଯୁକ୍ତ ମୁଦାଲା କିଆବନ ମାଝି ଓ ଗୋବର୍ଦ୍ଧନ ମାଝିଙ୍କୁ ପ୍ରମାଣ ଅଭାବରୁ ଛାଡିଦିଆଯାଇଛି।
ପ୍ରକାଶ ଯେ, ୨୦୧୫ ମସିହାରେ ମୁଦାଲାମାନେ କିକିଆ ଗ୍ରାମର ଦୈତାରୀ ମାଝିଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଶିଶୁପାଲଙ୍କ ଛୁରାମାଡ଼ରେ ଦୈତାରୀ ମୃତ୍ୟୁବରଣ କରିଥିଲେ। ଏ ନେଇ କେସିଙ୍ଗା ଥାନାରେ କେସ୍‌ ନଂ. ୮୨/୨୦୧୫ରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରସ୍ୟୁକୁଟର ନିଦର୍ଶନି ରଥ ମାମଲା ପରଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ...

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ...

ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି...

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ...

ଭାଜପାର ମୋଟର ସାଇକେଲ ରାଲି

କେସିଙ୍ଗା,୧୦।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବୋରିଙ୍ଗପଦର ଠାରୁ ସହରର ବଗାଡ଼ ଯାଏ ଭାଜପାର ମୋଟର ସାଇକେଲ ରାଲି ଟାଉନ ସଭାପତି ମଗନ ସିନ୍ଦୁରଙ୍କ...

ଜଙ୍ଗଲରେ ନିଆଁ ଲଗାଇ ପୋଡୁ ଚାଷ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା

ଦାରିଙ୍ଗବାଡ଼ି,୧୦।୫(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନିଆଁ ଲିଭିବାର ନାଁ ଧରୁନି। କେତେବେକେ ଶିକାର ଉଦ୍ଦେଶ୍ୟରେ ତ କେତେବେଳେ ପୋଡୁ ଚାଷ ପାଇଁ...

କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା

ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri