Posted inଜାତୀୟ

ହନିଟ୍ରାପ୍‌ ଜାଲରେ ମଧ୍ୟପ୍ରଦେଶର ପୂର୍ବତନ ଏମ୍‌ପି

ଭୋପାଳ,୩୦।୯: ଦେଶର ସବୁଠୁ ବଡ଼ ହାଇପ୍ରୋଫାଇଲ ହନିଟ୍ରାପ୍‌ ମାମଲାର ଏସ୍‌ଆଇଟି ତଦନ୍ତ ଚାଲୁଛି। ଇତି ମଧ୍ୟରେ ମଧ୍ୟପ୍ରଦେଶର ଜଣେ ପୂର୍ବତନ ଏମ୍‌ପିଙ୍କ ଅଶ୍ଲୀଳ ସିଡୀକୁ ନେଇ ଏବେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହା ଏବେ ମଧ୍ୟପ୍ରଦେଶ ରାଜନୀତିକୁ ଆହୁରି ସରଗରମ କରିଛି। ସୂଚନାଯୋଗ୍ୟ, ପୂର୍ବତନ ଏମ୍‌ପିଙ୍କ ଗୋଟିଏ କି ଦୁଇଟି ନୁହେଁ ୩୦ଟି ସିଡୀ ତିଆରି ହୋଇଥିବା ଜଣାପଡ଼ିଛି। ଏହି ସିଡୀ ଜରିଆରେ ଅଭିଯୁକ୍ତ ମହିଳା ବାରମ୍ବାର ତାଙ୍କୁ ବ୍ଲାକ୍‌ମେଲ୍‌ କରି କୋଟି କୋଟି ଟଙ୍କା ହାତଉଥିଲେ। ଖାଲି ସେତିକି ନୁହେଁ, ଏଥିପାଇଁ ନେତା ଜଣଙ୍କ ଆତ୍ମହତ୍ୟା କରିବାକୁ ମଧ୍ୟ ଉଦ୍ୟମ କରିସାରିଛନ୍ତି ବୋଲି ଯାଞ୍ଚ ସମୟରେ ଜଣାପଡ଼ିଛି। ଏକ ରାଜନୈତିକ ଦଳର ଜଣେ ବଡ଼ ନେତାଙ୍କ ଜରିଆରେ ଭୋପାଳର ଏହି ଅଭିଯୁକ୍ତ ମହିଳାଙ୍କ ସହ ପୂର୍ବତନ ଏମ୍‌ପିଙ୍କର ପରିଚୟ ହୋଇଥିଲା। ଏହାପରେ ଏନ୍‌ଜିଓ କାମରେ ଦୁଇଜଣଙ୍କର ବହୁଥର ଦେଖା ହୋଇଥିଲା। ସେହି ସମୟରେ ଉକ୍ତ ମହିଳାଙ୍କ ଜାଲରେ ସେ ଫସିଯାଇଥିଲେ। ଏହାପରେ ୩୦ଟି ସିଡୀ କରି ମହିଳା ଜଣଙ୍କ ବ୍ଲାକ୍‌ମେଲ୍‌ କରିବାରୁ ନେତା ତାଙ୍କୁ ୨କୋଟି ଟଙ୍କା ଦେଇଥିଲେ। ଏଥିସହ ଲୋକ ସଭା ନିର୍ବାଚନ ପୂର୍ବରୁ ଟିକେଟ କଟିଯିବା ଭୟରେ ସେ ମହିଳାଙ୍କୁ ଟୁର୍‌ରେ ଦୁବାଇ ପଠାଇ ଦେଇଥିଲେ। ହେଲେ ହନିଟ୍ରାପ୍‌ରେ ଫସିଥିବାରୁ ତାଙ୍କୁ ଟିକେଟ ଦିଆଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri