ହନୁମାଙ୍କଡ଼ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟିଣା: ଟ୍ରାଙ୍କୁଲାଇଜ କରି ଧରାଗଲା

ଭୁବନେଶ୍ୱର/ବାରଙ୍ଗ,୯।୫(ବ୍ୟୁରୋ/ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଚନ୍ଦକା ଥାନା ଅର୍ନ୍ତଗତ ଗିରିଙ୍ଗାପୁଟ ଗ୍ରାମରେ ହନୁମାଙ୍କଡ ଆକ୍ରମଣରେ ଶୁକ୍ରବାର ଜଣେ ବିଧବା ମହିଳାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ କଅଁଳ ମାଝୀ। ତେବେ ଆକ୍ରମଣ କରିଥିବା ମାଙ୍କଡ଼କୁ ଶନିବାର ଟ୍ରାଙ୍କୁଲାଇଜ କରି ଧରାଯାଇଛି।
ପ୍ରକାଶ ଯେ, କଅଁଳ କାମସାରି ଘରକୁ ଫେରୁଥିବା ବେଳେ ଗ୍ରାମମୁଣ୍ଡ ଶନି ମନ୍ଦିର ନିକଟ ଗଛରେ ଥିବା ହନୁମାଙ୍କଡ ତାଙ୍କ ଉପରକୁ ଡେଇଁପଡିଥିଲା। ତାଙ୍କୁ କାମୁଡି କ୍ଷତାକ୍ତ କରିଥିଲା। ଫଳରେ କଅଁଳ ତଳେ ପଡିଯିବାରୁ ରାସ୍ତାକଡ଼ରେ ଥିବା ପଥରରେ ମୁଣ୍ଡଟି ସକ୍ତ ଆଘାତ ହୋଇ ପ୍ରବଳ ରକ୍ତଶ୍ରାବ ହୋଇଥିଲା। ସ୍ଥାନୀୟ କେତେକ ଯୁବକ ଏହା ଦେଖି ମାଙ୍କଡ଼କୁ ଗୋଡ଼ାଇବାରୁ ସେ ପଳାଇଯାଇଥିଲା। ପରିବାର ଲୋକ ପୋଲିସକୁ ଖବର ଦେବା ସହ ଚିକିତ୍ସା ପାଇଁ କଅଁଳକୁ କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଚନ୍ଦକା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଚନ୍ଦକା ବନବିଭାଗ କର୍ମଚାରୀମାନେ ଶନିବାର ସକାଳେ ଟ୍ରାଙ୍କୁଲାଇଜ କରି ମାଙ୍କଡ଼କୁ ଧରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri