ହନୁମାଙ୍କଡ଼ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟିଣା: ଟ୍ରାଙ୍କୁଲାଇଜ କରି ଧରାଗଲା

ଭୁବନେଶ୍ୱର/ବାରଙ୍ଗ,୯।୫(ବ୍ୟୁରୋ/ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଚନ୍ଦକା ଥାନା ଅର୍ନ୍ତଗତ ଗିରିଙ୍ଗାପୁଟ ଗ୍ରାମରେ ହନୁମାଙ୍କଡ ଆକ୍ରମଣରେ ଶୁକ୍ରବାର ଜଣେ ବିଧବା ମହିଳାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ କଅଁଳ ମାଝୀ। ତେବେ ଆକ୍ରମଣ କରିଥିବା ମାଙ୍କଡ଼କୁ ଶନିବାର ଟ୍ରାଙ୍କୁଲାଇଜ କରି ଧରାଯାଇଛି।
ପ୍ରକାଶ ଯେ, କଅଁଳ କାମସାରି ଘରକୁ ଫେରୁଥିବା ବେଳେ ଗ୍ରାମମୁଣ୍ଡ ଶନି ମନ୍ଦିର ନିକଟ ଗଛରେ ଥିବା ହନୁମାଙ୍କଡ ତାଙ୍କ ଉପରକୁ ଡେଇଁପଡିଥିଲା। ତାଙ୍କୁ କାମୁଡି କ୍ଷତାକ୍ତ କରିଥିଲା। ଫଳରେ କଅଁଳ ତଳେ ପଡିଯିବାରୁ ରାସ୍ତାକଡ଼ରେ ଥିବା ପଥରରେ ମୁଣ୍ଡଟି ସକ୍ତ ଆଘାତ ହୋଇ ପ୍ରବଳ ରକ୍ତଶ୍ରାବ ହୋଇଥିଲା। ସ୍ଥାନୀୟ କେତେକ ଯୁବକ ଏହା ଦେଖି ମାଙ୍କଡ଼କୁ ଗୋଡ଼ାଇବାରୁ ସେ ପଳାଇଯାଇଥିଲା। ପରିବାର ଲୋକ ପୋଲିସକୁ ଖବର ଦେବା ସହ ଚିକିତ୍ସା ପାଇଁ କଅଁଳକୁ କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଚନ୍ଦକା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଚନ୍ଦକା ବନବିଭାଗ କର୍ମଚାରୀମାନେ ଶନିବାର ସକାଳେ ଟ୍ରାଙ୍କୁଲାଇଜ କରି ମାଙ୍କଡ଼କୁ ଧରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri