ହବିଷିଆଳି ଯୋଜନା: ରହିବେ ୩ ହଜାର ବ୍ରତଧାରୀ, ୧୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ତେବେ ସରକାର ହବିଷିଆଳି ଯୋଜନାରେ ପ୍ରାୟ ୩ ହଜାର ବ୍ରତଧାରୀଙ୍କ ରହିବା, ଖାଇବା ଏବଂ ଆନୁଷଙ୍ଗିକ ବ୍ୟବସ୍ଥା କରିବେ। ଏଥିପାଇଁ ନାମ ପଞ୍ଜୀକରଣ ଜାରି ରହିଛି। ୧୩ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାକୁ ଉଦ୍‌ଘାଟନ କରିବେ। ଏଥିପାଇଁ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ ପରିସରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଏ ନେଇ ଗୁରୁବାର ଟାଉନ ହଲ୍‌ରେ ହବିଷିଆଳି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ବଲଓ୍ବନ୍ତ ସିଂ ସମୀକ୍ଷା କରି ପ୍ରଶାସନିକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ସୂଚନା ଦେଇଛନ୍ତି।
ଆସନ୍ତା ୧୩ରୁ ନଭେମ୍ବର ୧୨ତାରିଖ ପର୍ଯ୍ୟନ୍ତ ହବିଷିଆଳିଙ୍କ ରହିବା ଲାଗି ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି। ବିଗତ କିଛିବର୍ଷ ପରି ଏ ବର୍ଷ ହବିଷିଆଳି ଯୋଜନାରେ ୩ହଜାର ହବିଷିଆଳି ରହିବେ। ୩ଟି ଆଶ୍ରୟସ୍ଥଳ ଅର୍ଥାତ୍‌ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ୯୦୦, ପୌରସଂସ୍ଥା କଲ୍ୟାଣ ମଣ୍ଡପରେ ୬୦୦ ଏବଂ ନରେନ୍ଦ୍ରକୋଣସ୍ଥିତ ହବିଷିଆଳି କେନ୍ଦ୍ରରେ ୧,୫୦୦ ବ୍ରତଧାରୀଙ୍କୁ ରଖିବା ନିମନ୍ତେ ବ୍ୟବସ୍ଥା କରାଯାଇଛି। ଗୁରୁବାର ସୁଦ୍ଧା ପୁରୀ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟରେ ୧,୭୨୬ ଜଣ ନାମ ପଞ୍ଜୀକରଣ କରିସାରିଛନ୍ତି। ଶୁକ୍ରବାର ପଞ୍ଜୀକରଣର ଶେଷ ଦିବସ ରହିଛି। ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ୯୦୦ ଓ କଲ୍ୟାଣ ମଣ୍ଡପରେ ୫୫୦ଜଣ ବ୍ରତଧାରୀଙ୍କୁ ପ୍ରାଥମିକତା ଭିତ୍ତିରେ ରହିବା ଲାଗି ତାଲିକାଭୁକ୍ତ କରାଯାଇ ସେମାନଙ୍କୁ ପରିଚୟପତ୍ର ଦିଆଯାଇଛି। ଏଥିପାଇଁ ୩ଜଣ ସୁପରଭାଇଜିଂ ଅଧିକାରୀ, ୪ଜଣ କୋଅର୍ଡିନେଟିଂ ଅଧିକାରୀ ଏବଂ ୧୨ଜଣ ନୋଡାଲ ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ସେମାନଙ୍କୁ ସହାୟତା କରିବା ଲାଗି ପ୍ରାୟ ୪୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ବଣ୍ଟାଯାଇଛି। ହବିଷିଆଳିମାନଙ୍କ ରହଣି, ପୂଜାର୍ଚ୍ଚନା, ମହାପ୍ରସାଦ ସେବନ, ପାନୀୟଜଳ, ଗରମ ପାଣି, ପୂଜାପିଣ୍ଡି, ଆକାଶଦୀପ, ସିସିଟିଭି, ଆଶୁ ଚିକିତ୍ସା କେନ୍ଦ୍ର, ସୁରକ୍ଷା ଆଦି ବ୍ୟବସ୍ଥା କରାଯାଇଛି। ଯିବା ଆସିବା ପାଇଁ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସଠାରେ ଦୁଇଟି ବସ୍‌ ବ୍ୟବସ୍ଥା ହୋଇଛି। ସ୍ନାନ ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ସ୍ବତନ୍ତ୍ର ତୁଠର ବ୍ୟବସ୍ଥା ସହ ଅଗ୍ନିଶମ ଏବଂ ସୁରକ୍ଷା କର୍ମଚାରୀଙ୍କୁ ମୁତୟନ କରାଯିବ। ମନ୍ଦିର ଭିତରେ ସେମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବେଚ୍ଛାସେବୀ ସହଯୋଗ କରିବେ। ପ୍ରତି ହବିଷିଆଳି କେନ୍ଦ୍ରରେ ବିଭିନ୍ନ ପର୍ଯ୍ୟାୟରେ ଆଶା କର୍ମୀ, ଅଙ୍ଗନୱାଡ଼ି କର୍ମୀ, ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟୋଜିତ କରାଯିବ। ମହାପ୍ରସାଦ ସେବନ ବେଳେ କିଛି ସ୍ବୟଂ ସହାୟକ ଗୋଷ୍ଠୀ ମଧ୍ୟ ସହଯୋଗ କରିବେ। ପ୍ରତ୍ୟେକ ହବିଷିଆଳିଙ୍କ ସମସ୍ତ ବନ୍ଦୋବସ୍ତ ସୁଚାରୁ ରୂପେ କରିବା ପାଇଁ ଜିଲାପାଳ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଏସ୍‌ପି ଉମାଶଙ୍କର ଦାଶ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri