Posted inUncategorized

ହମ୍ପସ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ବରଗଡ଼ -ଭଟଲି ରାସ୍ତାର ବରଡୋଲ ଛକ ଓ ଗ୍ରାମର ରାସ୍ତା ଉପରେ ହମ୍ପସ ନିର୍ମାଣ ଦାବିରେ ସୋମବାର ସକାଳ ୬ଟାରୁ ଗ୍ରାମବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆନ୍ଦୋଳନ ଯୋଗୁ ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଛି । ପ୍ରକାଶଥାଉକି, କିଛିଦିନ ତଳେ ବରଡୋଲ ଛକରେ ଏକ ଟ୍ରକ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ସେତେବେଳେ ପୋଲିସ ବରଡୋଲ ଛକରେ ହମ୍ପସ ନିର୍ମାଣ ପ୍ରତିଶୃତି ଦେଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ସେଠାରେ ହମ୍ପସ ନିର୍ମାଣ କରାଯାଇ ନାହିଁ। ଅନ୍ୟପଟେ ରବିବାର ସନ୍ଧ୍ୟାରେ ଏହି ଛକରେ ଆଉ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ବୋଲେରୋ ଛକରେ ନିକଟସ୍ଥ ବ୍ରିଜ ତଳକୁ ଖସି ପଡ଼ିଥିଲା ଏବଂ ବହୁ ଲୋକ ଆହତ ହୋଇଥିଲେ। ଏହା ପରେ ଲୋକେ ରାସ୍ତାରୋକୋ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ବର୍ଷା କଲେ କୋହଲି-ଗିଲ୍‌: ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଦେଲେ ୭ ବଡ଼ ରେକର୍ଡ

ତିରୁଭାନନ୍ତପୁରମ,୨୮।୯: ପ୍ରଥମ ଦିନିକିଆ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ପ୍ରଥମ ୨୦ ଓଭର ମଧ୍ୟରେ ୱେଷ୍ଟଇଣ୍ଡିଜ୍‌ର ଓପନିଂ ଯୋଡ଼ି ୧୩୫ ରନ୍‌ର ଭାଗିଦାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?