ହମ୍ପସ ନିର୍ମାଣ ଲାଗି ଅଞ୍ଚଳବାସୀଙ୍କ ରାସ୍ତା ଅବରୋଧ

ଯୋଡ଼ା, ୨୨।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି କ୍ରେଚ ହଟିଂଠାରେ ପରିବହନ ଜନିତ ଦୁର୍ଘଟଣା ବୃଦ୍ଧି ହେତୁ ରାସ୍ତାରେ ହମ୍ପସ ନିର୍ମାଣ ଦାବି କରି ଜୁରୁଡି କ୍ରେଚ ହଟିଂ ଅଞ୍ଚଳବାସୀ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରୁ ଜଣାପଡିଛି ଯେ, ରବିବାର ସନ୍ଧ୍ୟା ୫ଟାରେ ଶତାଧିକ ମହିଳା ପୁରୁଷ କ୍ରେଚ ହଟିଂଠାରେ ଏକତ୍ରିତ ହୋଇ ରାସ୍ତାରେ ହମ୍ପସ ନିର୍ମାଣ ଦାବି କରି ରାସ୍ତା ଉପରେ ଧାରଣାରେ ବସିଥିଲେ। କ୍ରେଚ ହଟିଂର ଓ୍ବାର୍ଡ ମେମ୍ବର ସୁମିତ୍ରା ଲାଗୁରୀଙ୍କ ନେତୃତ୍ୱରେ ମହିଳା ଦଶମା ମୁଣ୍ଡା, ଡାଡୁ ମୁଣ୍ଡା ପ୍ରମୁଖ ଅଭିଯୋଗରେ କହିଛନ୍ତି ଯେ, ଶନିବାର ବିଳମ୍ବିତ ରାତିରେ ଏକ ଅଜଣା ଚାରିଚକିଆ ଯାନ ଧକ୍କାରେ ଜରିବାହାଲସ୍ଥିତ ମଧୁ ପାତ୍ର ନାମକ ଜଣେ ବାଇକ ଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ା ମୃତକଙ୍କ ପରିବାରକୁ କ୍ଷତିପୂରଣ, ପରିବହନ ହେଉଥିବା ଟ୍ରକ, ଡ୍ରମ୍ପର ଗୁଡିକର ଗତି ନିୟନ୍ତ୍ରଣ କରିବା ଏବଂ ପରିବହନ ସଂସ୍ଥା ଗୁଡିକ ପକ୍ଷରୁ ରାସ୍ତାରେ ନିୟୋଜିତ ଥିବା ସୁରକ୍ଷା କର୍ମୀଙ୍କ ଦାୟିତ୍ୱ ଠିକ୍‌ ଭାବରେ ଚଲାଇବା ଦାବି କରି ରାସ୍ତା ଅବରୋଧ କରାଯାଇଥିଲା। ଏହି ଦାବିଗୁଡିକୁ ପରିବହନ ଠିକାସଂସ୍ଥାଗୁଡିକ ପୁରଣ କରିବା ପାଇଁ ସେମାନେ ଦାବି କରିଥିଲେ ା ପୋଲିସ ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବା ପାଇଁ ଲିଖିତ ଭାବେ ଜଣାଇବେ ବୋଲି ଅବରୋଧକାରୀ ମାନେ କହିଛନ୍ତି। ରାସ୍ତା ଅବରୋଧ ଫଳରେ କ୍ରେଚ ହଟିଂଠାରୁ ବାଂଶପାଣି ପର୍ଯ୍ୟନ୍ତ ଏବଂ କ୍ରେଚ ହଟିଂଠାରୁ ହେଁସାବେଡା ପର୍ଯ୍ୟଶହଶହ ଲୁହାପଥର ବୋଝେଇ ଟ୍ରକ ଓ ଡମ୍ପର ଅଟକି ରହିଥଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri