ହରଭଜନ ସିଂଙ୍କ ପ୍ରଥମ ଚଳଚ୍ଚିତ୍ରର ପୋଷ୍ଟର ରିଲିଜ୍‌, ଫିଲ୍ମ ଷ୍ଟାଇଲ୍‌ରେ ପ୍ରମୋଶନ କଲେ ସଚିନ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ଚଳଚ୍ଚିତ୍ର ମୁହାଁ ହୋଇଛନ୍ତି। ଜେପିଆର ଏବଂ ଶ୍ୟାମ ସୂର୍ଯ୍ୟାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଫେଣ୍ଡ୍‌ସିପ୍‌’ରେ ହରଭଜନ ଲିଡ୍‌ ରୋଲ୍‌ରେ ନଜର ଆସିବେ। ନିକଟରେ ଏହାର ପୋଷ୍ଟର ରିଲିଜ୍‌ ହୋଇଯାଇଛି। ଫିଲ୍ମଟି ତାମିଲ ଭାଷାରେ ରିଲିଜ୍‌ ହେବ। ଏହି ଫିଲ୍ମକୁ ନେଇ ସଚିନ ଏକ ମଜାଦାର ଟୁଇଟ୍‌ କରିଛନ୍ତି। ସେ ଫିଲ୍ମର ଏକ ପୋଷ୍ଟର ଟୁଇଟ୍‌ କରି ଫିଲ୍ମ ଷ୍ଟାଇଲ୍‌ରେ କହିଛନ୍ତି, ଯଦି ଫ୍ରେଣ୍ଡ୍‌ସିପ୍‌ କରିଛନ୍ତି ତେବେ ଏହି ଫିଲ୍ମ ଦେଖିବାକୁ ପଡିବ। ଏହି ଡାଇଲଗ୍‌ଟି ସଲମାନ ଏବଂ ଭାଗ୍ୟଶ୍ରୀଙ୍କ ଫିଲ୍ମ ‘ମେନେ ପ୍ୟାର କିୟା’ ଏକ ଡାଇଲଗ୍‌। ସୂଚନାଯୋଗ୍ୟ, ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରରେ ହରଭଜନ ୧୦୩ଟି ଟେଷ୍ଟ ଖେଳି ୪୧୭ଟି ଉଇକେଟ, ୨୩୬ଟି ଏକଦିବସୀୟ ମ୍ୟାଚରୁ ୨୬୯ଟି ଉଇକେଟ୍‌ ଏବଂ ୨୮ଟି ଟି୨୦ ମ୍ୟାଚରୁ ୨୫ଟି ଉଇକେଟ୍‌ ହାସଲ କରିଛନ୍ତି। ପୂର୍ବରୁ ସୁନୀଲ ଗାଭାସ୍କର, କପିଳ ଦେବ, ଅଜୟ ଜାଡେଜା, ସଚିନ ତେନ୍ଦୁଲକର ଏବଂ ବ୍ରେଟ୍‌ ଲି ପ୍ରମୁଖ କ୍ରିକେଟରମାନେ ପରଦାରେ ଛୋଟ ଭୂମିକାରେ ଅଭିନୟ କରିସାରିଛନ୍ତି। ହରଭଜନ ପ୍ରଥମ କ୍ରିକେଟର ଭାବେ କୌଣସି ଫିଲ୍ମରେ ଲିଡ୍‌ ରୋଲରେ ନଜର ଆସିବେ।

Share