Posted inଖେଳ

ହରମିଲାନଙ୍କୁ ଡବଲ୍‌ ଗୋଲ୍ଡ

ଭୁବନେଶ୍ୱର,୧ା୩ (ସ୍ପୋର୍ଟ୍ସ ବ୍ୟୁରୋ)- ପଞ୍ଜାବୀ ବିଶ୍ୱବିଦ୍ୟାଳୟର ଲଙ୍ଗ ଡିଷ୍ଟାନ୍ସ ମହିଳା ରନର ହରମିଲାନ ବେନ୍ସ ଶନିବାର ଆଉ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ୮୦୦ ମିଟର ଦୌଡ଼ରେ ୨:୦୬.୪୦ ସେକେଣ୍ଡ ସମୟ ନେଇ ପ୍ରଥମ ସ୍ଥାନ ଅଧିକାର କରିବା ସହ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ସେହିପରି ସାବିତ୍ରୀ ବାଇ ଫୁଲେ ପୁଣେ ବିଶ୍ୱବିଦ୍ୟାଳୟର ଲଡକାର ଯମୁନା ୨: ୦୬.୮୦ ସେକେଣ୍ଡ ସମୟ ନେଇ ଦ୍ୱିତୀୟ ସ୍ଥାନରେ ରହି ରୌପ୍ୟ ପଦକ ଜିତିଛନ୍ତି। ଅନ୍ୟପଟେ ଭାରତୀୟାର ବିଶ୍ୱବିଦ୍ୟାଳୟର ଗୋଥାମୀ ୨:୦୭.୦୮ ସେକେଣ୍ଡ ସମୟ ନେଇ ତୃତୀୟ ସ୍ଥାନରେ ରହି ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହୋଇଛନ୍ତି।
ଶୁକ୍ରବାର ହରମିଲାନ ୧୫୦୦ ମିଟର ଦୌଡ଼ରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଥିବାରୁ ଏହା ମୋ ପାଇଁ ଏକ ସ୍ବତନ୍ତ୍ର ସଫଳତା ସାବ୍ୟସ୍ତ ହୋଇଛି ବୋଲି ସେ କହିଛନ୍ତି। ଏକ କ୍ରୀଡ଼ାବିତ୍‌ ପରିବାରରୁ ହରମିଲାନଙ୍କ ଆସିଛନ୍ତି। ତାଙ୍କ ମାତାପିତା ମଧ୍ୟ କ୍ରୀଡ଼ାବିତ ରହି ଆସିଛନ୍ତି। ପିତା ଅମନଦୀପ ବେନ୍ସ ୧୫୦୦ମି. ଆଥ୍‌ଲେଟ ଥିଲେ। ସେ ସାଫ୍‌ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ସେହିପରି ମା ମାଧୁରୀ ସିଂ ବେନ୍ସ ଏସିଆନ ଗେମ୍ସରେ ରୌପ୍ୟ ପଦକ ହାସଲ କରିଥିଲେ। ପଟିଆଲାର ଏହି ୨୧ ବର୍ଷୀୟା ମହିଳା ଧାବିକା ନିଜ ପ୍ରଦର୍ଶନରେ ବେଶ୍‌ ସନ୍ତୋଷ ପ୍ରକଟ କରିଛନ୍ତି। ୨ଟି ସ୍ବର୍ଣ୍ଣ ଜିତିଥିବାରୁ ପଞ୍ଜାବରୁ ବହୁତ ଫୋନ୍‌ କଲ ଆସୁଛି। ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ଅଭିଜ୍ଞତା ବେଶ୍‌ ସୁନ୍ଦର ରହିଛି। ୮୦୦ ମି. ଦୌଡ଼ ବହୁତ କଷ୍ଟକର ଥିଲା। ବ୍ୟକ୍ତିଗତ ଭାବେ ଏହା ମୋର ଶ୍ରେଷ୍ଠ ପ୍ରଦର୍ଶନ ଥିଲା। ଦୁଇଟି ସ୍ବର୍ଣ୍ଣ ଜିତିବି ବୋଲି ଭାବି ନ ଥିଲି। ଆଗକୁ ଆନ୍ତଃ ରାଜ୍ୟ କ୍ରୀଡ଼ାରେ ଅଂଶଗ୍ରହଣ କରିବାକୁ ଲକ୍ଷ୍ୟ ରଖିଛି। ତେବେ ଅଲିମ୍ପିକ ପଦକ ଜିତିବା ମୋର ସବୁଠାରୁ ବଡ଼ ଲକ୍ଷ୍ୟ ରହିଛି। ମାତାପିତା ଓ କୋଚ୍‌ଙ୍କ ମଧ୍ୟ ଏହି ଅଭିଳାଷ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri