ହରିଦାସପୁର ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା: ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି ତେଜିଲା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଆନ୍ଦୋଳନକୁ ତୀବ୍ର କରିଛି ଭାଜପା। ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଏକ ସାମ୍ବିଧାନିକ ପଦରେ ରହି ଦଳୀୟ ଲୋକଙ୍କୁ ଘଣ୍ଟ ଘୋଡ଼ାଇବା ସହ ନିରପେକ୍ଷ ତଦନ୍ତ କରି ନ ଥିବା ଅଭିଯୋଗ କରି ତାଙ୍କ ଇସ୍ତଫା ଦାବି କରିଛି ଭାଜପା ମହିଳା ମୋର୍ଚ୍ଚା। ଏଥିସହ ସୋମବାର ମଧ୍ୟାହ୍ନରେ କମିଶନଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲା। ମୋର୍ଚ୍ଚା ସଭାପତି ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଶତାଧିକ ମହିଳା କର୍ମୀ ଦଳୀୟ କାର୍ଯ୍ୟାଳୟରୁ ଶୋଭାଯାତ୍ରାରେ ବାହାରି କମିଶନଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚତ୍ଥିଲେ। କମିଶନ ଅଧ୍ୟକ୍ଷାଙ୍କ ବିରୋଧରେ ବିଭିନ୍ନ ସ୍ଳୋଗାନ ଦେଇ ସେଠାରେ ଧାରଣାରେ ବସିଥିଲେ। ପୋଲିସ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ଜିଦ୍‌ରେ ଅଟଳ ରହିଥିଲେ। ଫଳରେ ପୋଲିସ ସେମାନଙ୍କୁ ଉଠାଇବାକୁ ଚେଷ୍ଟା କରିବାରୁ ଉଭୟଙ୍କ ମଧ୍ୟରେ କିଛି ସମୟ ଧରି ଧସ୍ତାଧସ୍ତି ହୋଇଥିଲା।
ଏନେଇ ପ୍ରଭାତୀ କହିଛନ୍ତି, ମହିଳା କମିଶନ ଅଧ୍ୟକ୍ଷା ଅସାମ୍ବିଧାନିକ କାର୍ଯ୍ୟ କରୁଛନ୍ତି। ସେ ସରକାରୀ ଦଳର ସରପଞ୍ଚଙ୍କ ସ୍ବାମୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି। ଘଟଣାସ୍ଥଳକୁ ନ ଯାଇ ସରକାରୀ ଟେବୁଲ ଉପରେ ବସି ତଦନ୍ତ ସାରି ଦେଇଛନ୍ତି। ମୃତା ସ୍ମିତାରାଣୀଙ୍କ ପରିବାର ଲୋକଙ୍କୁ ଭେଟି ନାହାନ୍ତି। ଶାସକ ଦଳର ପ୍ରବକ୍ତା ସାଜି ନିଜ ପଦବୀର ମର୍ଯ୍ୟାଦାହାନୀ କରିବା ଭଳି ବୟାନବାଜି କରିବା ମଧ୍ୟ ଦୁର୍ଭାଗ୍ୟଜନକ। ନିଜ କ୍ଷମତାର ଅପବ୍ୟବହାର କରିଥିବା ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି କରୁଛୁ। ଘଟଣାର ସିବିଆଇ ତଦନ୍ତ କରାଯାଉ ବୋଲି ସେ ଦାବି କରିଛନ୍ତି।
ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା କହିଛନ୍ତି, ମହିଳା କମିଶନଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍‌ ଦୁଇଥର ଯାଜପୁର ଯାଇ ତଦନ୍ତ କରିଛି। ଏଥିରେ କୌଣସି ପକ୍ଷପାତିତା ହୋଇନାହିଁ। ସବୁ ଦିଗକୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ବିରୋଧୀଙ୍କ ଅଭିଯୋଗରେ କୌଣସି ବାସ୍ତବତା ନାହିଁ। ଆମେ ପୋଲିସ ତଦନ୍ତରେ ସନ୍ତୁଷ୍ଟ ନାହୁଁ। ତେଣୁ ଏହି ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ସୁପାରିସ କରିଛୁ। ଏହାସହ ଯାଜପୁର ଏସ୍‌ପି ଠିକ୍‌ ତଦନ୍ତ ନ କରି ହଠାତ୍‌ ମହିଳାଙ୍କ ଚିରିତ୍ର ଉପରେ କହିବା ଠିକ୍‌ ନୁହେଁ। ତେଣୁ ଏନେଇ ତାଙ୍କୁ ଏକ ରିପୋର୍ଟ ମଗାଯାଇଥିଲେ ମଧ୍ୟ ସେ ତାହା ଏଯାଏ ଦେଇ ନ ଥିବା ମିନତି କହିଛନ୍ତି। ତେବେ ମହିଳା କମିଶନ ଅଧ୍ୟକ୍ଷାଙ୍କ ଏଭଳି ମନ୍ତବ୍ୟ ଯାଜପୁର ପୋଲିସକୁ ଅଡୁଆରେ ପକାଇଛି। ଠିକ୍‌ ତଦନ୍ତ ନ କରି ତରବରିଆ ଭାବେ ଜଣେ ମହିଳାଙ୍କ ଚରିତ୍ର ଉପରେ ଗଣମାଧ୍ୟମରେ ବୟାନ ଦେଇଥିବା ଏସ୍‌ପିଙ୍କ କାର୍ଯ୍ୟଧାରାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ଏ ପରିସ୍ଥିତିରେ ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁରେ ଆଉ ଏକ ରହସ୍ୟ ଯୋଡ଼ି ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri