ହରିଦାସପୁର ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା: ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି ତେଜିଲା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଆନ୍ଦୋଳନକୁ ତୀବ୍ର କରିଛି ଭାଜପା। ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଏକ ସାମ୍ବିଧାନିକ ପଦରେ ରହି ଦଳୀୟ ଲୋକଙ୍କୁ ଘଣ୍ଟ ଘୋଡ଼ାଇବା ସହ ନିରପେକ୍ଷ ତଦନ୍ତ କରି ନ ଥିବା ଅଭିଯୋଗ କରି ତାଙ୍କ ଇସ୍ତଫା ଦାବି କରିଛି ଭାଜପା ମହିଳା ମୋର୍ଚ୍ଚା। ଏଥିସହ ସୋମବାର ମଧ୍ୟାହ୍ନରେ କମିଶନଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲା। ମୋର୍ଚ୍ଚା ସଭାପତି ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଶତାଧିକ ମହିଳା କର୍ମୀ ଦଳୀୟ କାର୍ଯ୍ୟାଳୟରୁ ଶୋଭାଯାତ୍ରାରେ ବାହାରି କମିଶନଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚତ୍ଥିଲେ। କମିଶନ ଅଧ୍ୟକ୍ଷାଙ୍କ ବିରୋଧରେ ବିଭିନ୍ନ ସ୍ଳୋଗାନ ଦେଇ ସେଠାରେ ଧାରଣାରେ ବସିଥିଲେ। ପୋଲିସ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ଜିଦ୍‌ରେ ଅଟଳ ରହିଥିଲେ। ଫଳରେ ପୋଲିସ ସେମାନଙ୍କୁ ଉଠାଇବାକୁ ଚେଷ୍ଟା କରିବାରୁ ଉଭୟଙ୍କ ମଧ୍ୟରେ କିଛି ସମୟ ଧରି ଧସ୍ତାଧସ୍ତି ହୋଇଥିଲା।
ଏନେଇ ପ୍ରଭାତୀ କହିଛନ୍ତି, ମହିଳା କମିଶନ ଅଧ୍ୟକ୍ଷା ଅସାମ୍ବିଧାନିକ କାର୍ଯ୍ୟ କରୁଛନ୍ତି। ସେ ସରକାରୀ ଦଳର ସରପଞ୍ଚଙ୍କ ସ୍ବାମୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି। ଘଟଣାସ୍ଥଳକୁ ନ ଯାଇ ସରକାରୀ ଟେବୁଲ ଉପରେ ବସି ତଦନ୍ତ ସାରି ଦେଇଛନ୍ତି। ମୃତା ସ୍ମିତାରାଣୀଙ୍କ ପରିବାର ଲୋକଙ୍କୁ ଭେଟି ନାହାନ୍ତି। ଶାସକ ଦଳର ପ୍ରବକ୍ତା ସାଜି ନିଜ ପଦବୀର ମର୍ଯ୍ୟାଦାହାନୀ କରିବା ଭଳି ବୟାନବାଜି କରିବା ମଧ୍ୟ ଦୁର୍ଭାଗ୍ୟଜନକ। ନିଜ କ୍ଷମତାର ଅପବ୍ୟବହାର କରିଥିବା ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି କରୁଛୁ। ଘଟଣାର ସିବିଆଇ ତଦନ୍ତ କରାଯାଉ ବୋଲି ସେ ଦାବି କରିଛନ୍ତି।
ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା କହିଛନ୍ତି, ମହିଳା କମିଶନଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍‌ ଦୁଇଥର ଯାଜପୁର ଯାଇ ତଦନ୍ତ କରିଛି। ଏଥିରେ କୌଣସି ପକ୍ଷପାତିତା ହୋଇନାହିଁ। ସବୁ ଦିଗକୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ବିରୋଧୀଙ୍କ ଅଭିଯୋଗରେ କୌଣସି ବାସ୍ତବତା ନାହିଁ। ଆମେ ପୋଲିସ ତଦନ୍ତରେ ସନ୍ତୁଷ୍ଟ ନାହୁଁ। ତେଣୁ ଏହି ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ସୁପାରିସ କରିଛୁ। ଏହାସହ ଯାଜପୁର ଏସ୍‌ପି ଠିକ୍‌ ତଦନ୍ତ ନ କରି ହଠାତ୍‌ ମହିଳାଙ୍କ ଚିରିତ୍ର ଉପରେ କହିବା ଠିକ୍‌ ନୁହେଁ। ତେଣୁ ଏନେଇ ତାଙ୍କୁ ଏକ ରିପୋର୍ଟ ମଗାଯାଇଥିଲେ ମଧ୍ୟ ସେ ତାହା ଏଯାଏ ଦେଇ ନ ଥିବା ମିନତି କହିଛନ୍ତି। ତେବେ ମହିଳା କମିଶନ ଅଧ୍ୟକ୍ଷାଙ୍କ ଏଭଳି ମନ୍ତବ୍ୟ ଯାଜପୁର ପୋଲିସକୁ ଅଡୁଆରେ ପକାଇଛି। ଠିକ୍‌ ତଦନ୍ତ ନ କରି ତରବରିଆ ଭାବେ ଜଣେ ମହିଳାଙ୍କ ଚରିତ୍ର ଉପରେ ଗଣମାଧ୍ୟମରେ ବୟାନ ଦେଇଥିବା ଏସ୍‌ପିଙ୍କ କାର୍ଯ୍ୟଧାରାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ଏ ପରିସ୍ଥିତିରେ ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁରେ ଆଉ ଏକ ରହସ୍ୟ ଯୋଡ଼ି ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri