ହରିଶଙ୍କରରେ ଭୋକିଲା ମାଙ୍କଡଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଖପ୍ରାଖୋଲ, ୨୯ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ମନ୍ଦିର ଗତ ୮ଦିନ ହେଲା ବନ୍ଦ ରହିଥିବାବେଳେ କେବଳ ପୂଜକ ନୀତି ପୂଜା କରୁଛନ୍ତି। ତେବେ ଏଠାରେ ହଜାର ହଜାର ମାଙ୍କଡ ରହୁଥିବାବେଳେ ପର୍ଯ୍ୟଟକଙ୍କଠାରୁ ମୁଆଁ, ବିସ୍କୁଟ୍‌, ବାଦାମ, ମୁଢି, ଫଳମୂଳ ଖାଇବା ସହ ବଣଭୋଜିର ବଳକା ଖାଦ୍ୟ ଓ ଭୋଗର ବଳକା ଖାଇ ରହିଥାନ୍ତି। ହେଲେ ଗତ ୮ ଦିନ ହେଲା ସବୁ ବନ୍ଦ ପରେ ମାଙ୍କଡମାନେ ଭୋକିଲା ହୋଇ ଗଛ ଡାଳପତ୍ର ଖାଇବା ସହ ନିକଟ ଗାଁ ମୁହାଁ ହେଉଥିଲେ । ଏହାକୁ ଦେଖି ସ୍ଥାନୀୟ ପୋଲିସ୍‌, ମନ୍ଦିର ପ୍ରଶାସନ, ପଞ୍ଚାୟତ କର୍ତ୍ତୃପକ୍ଷ ଓ ସ୍ଥାନୀୟ ଦୋକାନୀ ସଂଘର ମିଳିତ ଉଦ୍ୟମରେ ଭୋକିଲା ମାଙ୍କଡଙ୍କୁ ରବିବାର ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିଲା। ଏହି ଅବସରରେ ଖପ୍ରାଖୋଲ ଥାନା ଆଇଆଇସି ଜ୍ୟୋତିରଞ୍ଜନ ପତି, ହରିଶଙ୍କର ଫାଣ୍ଡି ଅଧିକାରୀ ସେବନ କେର୍କେଟା, ମନ୍ଦିର ସହପରିଚାଳକ ବିପିନ ପଟେଲ, ସବ କମିଟି ସଭାପତି ବିପ୍ର ବିଶି, ଅଭୟ ତ୍ରିପାଠୀ, ସ୍ଥାନୀୟ ଦୋକାନୀ ସଂଘ ସଦସ୍ୟ ସାଧୁ ଦେ, ନାରାୟଣ ମେହେର, ମୁନିରାମ ମଲ୍ଲିକ, ବୁଦ୍ଧିଆ ଦେ ପ୍ରମୁଖ ଉପସ୍ଥିତ ଥିଲେ ା ଲକ ଡାଉନ ଶେଷ ଯାଏ ମାଙ୍କଡଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ କରାଯିବ ବୋଲି ଆୟୋଜକ ସଞ୍ଜୀବ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri