Posted inଜାତୀୟ

ହରିୟାଣାରେ ଲାଗୁହେବ ଏନ୍‌ଆର୍‌ସି

ଚଣ୍ଡିଗଡ଼,୧୬ା୯(ପି.ଟି.): ଆସାମ ପରେ ହରିୟାଣାରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ରବିବାର ଘୋଷଣା କରିଛନ୍ତି। ଅକ୍ଟୋବରରେ ହରିୟାଣଶ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଭାଜପାର ମହାସଂକଳ୍ପ ଅଭିଯାନ ଅବସରରେ ଖଟ୍ଟର ଅବସରପ୍ରାପ୍ତ ବିଚାରପତି ଏଚ୍‌.ଏସ୍‌. ଭାଲା ଏବଂ ପୂର୍ବତନ ନୌସେନା ମୁଖ୍ୟ ଆଡମିରାଲ ସୁନିଲ ଲାନ୍‌ବାଙ୍କୁ ଭେଟିବା ପରେ ପଞ୍ଚକୁଲାଠାରେ ଖବରଦାତାମାନଙ୍କୁ ଏହା କହିଛନ୍ତି। ସାରା ଦେଶରେ ଏନ୍‌ଆର୍‌ସି ଲାଗୁ କରିବା ପ୍ରସ୍ତାବକୁ ସେ ପୂର୍ବରୁ ସମର୍ଥନ ଜଣାଇଥିଲେ।
ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଭାଲାଙ୍କ ସହ ସେ ଦେଶର ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିଥିଲେ। ଅବସର ପରେ ଜଷ୍ଟିସ୍‌ ଭାଲା ବିଭିନ୍ନ କାର୍ଯ୍ୟ ସହ ସମ୍ପୃକ୍ତ ଅଛନ୍ତି। ସେ ଏନ୍‌ଆର୍‌ସି କାର୍ଯ୍ୟରେ ସାମିଲ ଥିଲେ ଏବଂ ଖୁବ୍‌ଶୀଘ୍ର ଆସାମ ଯିବେ ବୋଲି କହିଛନ୍ତି। ହରିୟାଣାରେ ଏନ୍‌ଆର୍‌ସି ଲାଗୁ କରିବା ନେଇ ପୂର୍ବତନ ବିଚାରପତିଙ୍କ ସମର୍ଥନ ଓ ପ୍ରସ୍ତାବ ଲୋଡିଥିଲେ ଖଟ୍ଟର। ହରିୟାଣାରେ ଏନ୍‌ଆର୍‌ସି ଲାଗୁ କରିବା ପାଇଁ ଏକ ନ୍ୟାୟିକ ଆୟୋଗ ପ୍ରତିଷ୍ଠା ହେବା ଆବଶ୍ୟକ ବୋଲି ଜଷ୍ଟିସ୍‌ ଭାଲା ପ୍ରସ୍ତାବ ଦେଇଥିଲେ। ଆସାମ ଏନ୍‌ଆର୍‌ସି ଚୂଡାନ୍ତ ତାଲିକା ଅଗଷ୍ଟ ୩୧ରେ ପ୍ରକାଶ ପାଇଥିଲା। ଯେଉଁଥିରୁ ୧୯ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବାଦ୍‌ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri