Posted inଜାତୀୟ

ହରିୟାଣାରେ ଲାଗୁହେବ ଏନ୍‌ଆର୍‌ସି

ଚଣ୍ଡିଗଡ଼,୧୬ା୯(ପି.ଟି.): ଆସାମ ପରେ ହରିୟାଣାରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ରବିବାର ଘୋଷଣା କରିଛନ୍ତି। ଅକ୍ଟୋବରରେ ହରିୟାଣଶ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଭାଜପାର ମହାସଂକଳ୍ପ ଅଭିଯାନ ଅବସରରେ ଖଟ୍ଟର ଅବସରପ୍ରାପ୍ତ ବିଚାରପତି ଏଚ୍‌.ଏସ୍‌. ଭାଲା ଏବଂ ପୂର୍ବତନ ନୌସେନା ମୁଖ୍ୟ ଆଡମିରାଲ ସୁନିଲ ଲାନ୍‌ବାଙ୍କୁ ଭେଟିବା ପରେ ପଞ୍ଚକୁଲାଠାରେ ଖବରଦାତାମାନଙ୍କୁ ଏହା କହିଛନ୍ତି। ସାରା ଦେଶରେ ଏନ୍‌ଆର୍‌ସି ଲାଗୁ କରିବା ପ୍ରସ୍ତାବକୁ ସେ ପୂର୍ବରୁ ସମର୍ଥନ ଜଣାଇଥିଲେ।
ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଭାଲାଙ୍କ ସହ ସେ ଦେଶର ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିଥିଲେ। ଅବସର ପରେ ଜଷ୍ଟିସ୍‌ ଭାଲା ବିଭିନ୍ନ କାର୍ଯ୍ୟ ସହ ସମ୍ପୃକ୍ତ ଅଛନ୍ତି। ସେ ଏନ୍‌ଆର୍‌ସି କାର୍ଯ୍ୟରେ ସାମିଲ ଥିଲେ ଏବଂ ଖୁବ୍‌ଶୀଘ୍ର ଆସାମ ଯିବେ ବୋଲି କହିଛନ୍ତି। ହରିୟାଣାରେ ଏନ୍‌ଆର୍‌ସି ଲାଗୁ କରିବା ନେଇ ପୂର୍ବତନ ବିଚାରପତିଙ୍କ ସମର୍ଥନ ଓ ପ୍ରସ୍ତାବ ଲୋଡିଥିଲେ ଖଟ୍ଟର। ହରିୟାଣାରେ ଏନ୍‌ଆର୍‌ସି ଲାଗୁ କରିବା ପାଇଁ ଏକ ନ୍ୟାୟିକ ଆୟୋଗ ପ୍ରତିଷ୍ଠା ହେବା ଆବଶ୍ୟକ ବୋଲି ଜଷ୍ଟିସ୍‌ ଭାଲା ପ୍ରସ୍ତାବ ଦେଇଥିଲେ। ଆସାମ ଏନ୍‌ଆର୍‌ସି ଚୂଡାନ୍ତ ତାଲିକା ଅଗଷ୍ଟ ୩୧ରେ ପ୍ରକାଶ ପାଇଥିଲା। ଯେଉଁଥିରୁ ୧୯ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବାଦ୍‌ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri