Posted inଜାତୀୟ

ହରିୟାଣାରେ ସରକାର ଗଢିପାରେ ଭାଜପା

ଚଣ୍ଡିଗଡ,୨୫।୧୦: ମହାରାଷ୍ଟ୍ର ଏବଂ ହରିୟାଣାରେ ଭାଜପା ସବୁଠୁ ଅଧିକ ଆସନ ପାଇଁ। ମହାରାଷ୍ଟ୍ରରେ ଶିବସେନା ସହ ମେଣ୍ଟ କରି ସରକାର ଗଢିବାକୁ ଯାଉଥିବାବେଳେ ହରିୟାଣା ଗଣିତ କିଛିଟା ବିଗିଡି ଯାଇଛି। ଏଠାରେ ଭାଜପା ୯୦ଟି ବିଧାନସଭା ଆସନରୁ ୪୦ଟିରେ ବିଜୟ ହାସଲ କରିଛି। ଦଳ ବହୁମତଠାରୁ ମାତ୍ର ୬ଟି ଆସନରେ ପଛୁଆ ରହିଛି। ଅନ୍ୟ ଦଳଗୁଡିକର ସମର୍ଥନ ଜୁଟାଇବାରେ ଲାଗିପଡିଛି ଭାଜପା। ହରିୟାଣାରେ ୮ଜଣ ନିର୍ଦ୍ଦଳୀୟ ବିଧାୟକ ନିର୍ବାଚନ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ଭାଜପାକୁ ସମର୍ଥନ ଦେବା ପାଇଁ ଘୋଷଣା କରିଛନ୍ତି। ଏହି ପରିସ୍ଥିତିରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଶୁକ୍ରବାର ଦିଲ୍ଲୀ ଆସୁଛନ୍ତି। ଦଳର ହାଇକମାଣ୍ଡଙ୍କ ସହ ବୈଠକ ପରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। ହରିଆଣା ରାଜନୀତିରେ ନୂଆ କିଙ୍ଗ ମେକର ସାଜିଥିବା ଦ୍ୟୁଷନ୍ତ ଚୌଟାଲାଙ୍କ ଜନନାୟକ ଜନତା ପାର୍ଟି(ଜେଜେପି) ଭାଜପାକୁ ସମର୍ଥନ ଦେଇପାରେ ବୋଲି ଜଣାପଡିଛି। ଜେଜେପି ୯୦ଟି ବିଧାନସଭା ଆସନରୁ କଂଗ୍ରେସ ୩୦ଟି ଆସନରେ ଜିତିଛି। ଅନ୍ୟାନ୍ୟ ଦଳ ୨୦ଟି ଆସନ ଜିତିଛନ୍ତି। ଏହି ୨୦ଟି ଆସନରୁ ଜେଜେପି ୧୦ଟିରେ ଜିତିଥିବା ବେଳେ ଆଇଏନଏଲଡି ଗୋଟିଏ ଓ ଏଚଏଲପି ଗୋଟିଏ ଆସନ କବଜା କରିଛନ୍ତି। ଆଉ ୮ଟି ନିର୍ଦ୍ଦଳୀୟ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri