Posted inଜାତୀୟ

ହରିୟାଣା ବିଧାନସଭା ନିର୍ବାଚନ: ବିଏସ୍‌ପି-ଜେଜେପି ମଧ୍ୟରେ ହୋଇପାରେ ମେଣ୍ଟ

ନୂଆଦିଲ୍ଲୀ,୧୧।୮: ଆସନ୍ତା ନଭେମ୍ବରରେ ହରିୟାଣାରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏବେଠାରୁ ସବୁଦଳ ପ୍ରସ୍‌ୁତିରେ ଲାଗି ପଡିଲେଣି। ଏଥିରେ ଜନ ନାୟକ ଜନତା ପାର୍ଟି(ଜେଜେପି) ଓ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମିଳିତ ଭାବେ ବିଧାନସଭା ନିର୍ବାଚନ ଲଢିବେ ବୋଲି ସ୍ଥିର କରିଥିବା ଶୁଣିବାକୁ ମିଳିଛି। ଦିଲ୍ଲୀରେ ବିଏସ୍‌ପିର ରାଷ୍ଟ୍ରୀୟ ମହାସଚିବ ସତୀଶ ଚନ୍ଦ୍ର ମିଶ୍ର ଓ ଜେଜେପିର ସଂସ୍ଥାପକ ଦୁଶ୍ୟନ୍ତ ଚୌତାଲା ଏନେଇ କଥା ହୋଇଛନ୍ତି। ମୋଟ ୯୦ ଆସନ ମଧ୍ୟରୁ ଜେଜେପି ୫୦ ଓ ବିଏସ୍‌ପି ୪୦ ଆସନରେ ପ୍ରାର୍ଥୀ ଦେବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ୨୦୧୪ ବିଧାନସଭା ନିର୍ବାଚନରେ ହରିୟାଣାର ୯୦ ଆସନ ମଧ୍ୟରୁ ୪୭ ଆସନରେ ଭାଜପା ବିଜୟ ଲାଗ କରିବା ସହ ସଂଖ୍ୟା ଗରିଷ୍ଠତା ପାଇ ଏକାକୀ ସରକାର ଗଠନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri