Posted inଖେଳ

ହରିୟାଣା ଷ୍ଟିଲର୍ସକୁ ହରାଇଲା ଦବଙ୍ଗ ଦିଲ୍ଲୀ

ମୁମ୍ବାଇ, ୨୯।୭(ପି.ଟି.)- ଚଳିତ ପ୍ରୋ କବାଡ଼ି ଲିଗ୍‌ରେ ଦବଙ୍ଗ ଦିଲ୍ଲୀର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ହରିୟାଣା ଷ୍ଟିଲର୍ସକୁ ୪୧-୨୧ ପଏଣ୍ଟରେ ପରାସ୍ତ କରିଛି। ସମ୍ପୂର୍ଣ୍ଣ ଏକପାଖିଆଭାବେ ଶେଷ ହୋଇଥିବା ମ୍ୟାଚରେ ଦିଲ୍ଲୀ ପକ୍ଷରୁ ଚନ୍ଦ୍ରନ ରଞ୍ଜିତ ୧୧ ଓ ନବୀନ କୁମାର ୧୦ ପଏଣ୍ଟ ହାସଲ କରି ଷ୍ଟିଲର୍ସକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଇଥିଲେ। ଏହାକୁ ମିଶାଇ ନବୀନ ଦ୍ୱିତୀୟ ଥରପାଇଁ ସୁପର ୧୦ ହାସଲ କରିଥିଲେ। ପୂର୍ବରୁ ସେ ହାଇଦ୍ରାବାଦରେ ତେଲ୍‌ଗୁ ଟାଇଟାନ୍ସ ବିପକ୍ଷରେ ମଧ୍ୟ ସମାନ ସଫଳତା ପାଇଥିଲେ। ଚଳିତ ଲିଗ୍‌ରେ ଦିଲ୍ଲୀର ଏହା ତୃତୀୟ ବିଜୟ। ଅନ୍ୟପକ୍ଷରେ ହରିୟାଣାର ୨ ମ୍ୟାଚରୁ ଏହା ପ୍ରଥମ ପରାଜୟ। ପୂର୍ବରୁ ହାଇଦ୍ରାବାଦ୍‌ ଚରଣରେ ଏହି ଦଳ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri