Posted inଖେଳ

ହର୍ଡଲ୍ସ ତାରକା ସାଲି ପିୟରସନଙ୍କ ଅବସର ଘୋଷଣା

ସିଡନୀ,୬।୮(ଏଏଫ୍‌ପି)- ଅଷ୍ଟ୍ରେଲିଆ ମହିଳା ହର୍ଡଲ୍ସ ବିଶ୍ୱଚାମ୍ପିୟନ ସାଲି ପିୟରସନ ମଙ୍ଗଳବାର ଅବସର ଘୋଷଣା କରିଛନ୍ତି। କ୍ରମାଗତ ଭାବେ ଇଞ୍ଜୁରିର ଶିକାର ହେବା କାରଣରୁ ସେ ସମସ୍ତଙ୍କୁ ଚକିତ କରି ଏହି ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସରେ ତାଙ୍କର ଟାଇଟଲ ହାସଲ ଆଶା ଧୂଳିସାଥ୍‌ ହୋଇଛି। ୩୨ ବର୍ଷୀୟ ପିୟରସନ ୨୦୧୨ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୧୦୦ମିଟର ହର୍ଡଲ୍ସରେ ସେ ଦୁଇଥର ବିଶ୍ୱଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲେ। ତେବେ ଆଘାତ ସମସ୍ୟା ତାଙ୍କ ପାଇଁ କାଳ ହୋଇଛି। ଦୀର୍ଘ ୧୬ ବର୍ଷଧରି ସେ ଅଷ୍ଟ୍ରେଲିଆ ଦଳ ତରଫରୁ ପ୍ରତିନିଧିତ୍ୱ କରିଆସୁଥିଲେ। ଏବେ ଅବସର ନେବାର ସମୟ ଆସି ଉପନୀତ ହୋଇଛି ବୋଲି ସିଡ୍‌ନୀରେ ଏକ ଖବରଦାତା ସମ୍ମିଳନୀରେ ପିୟର୍ସ କହିଛନ୍ତି। ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିବା ପରେ ସେ ଆଘାତ ସମସ୍ୟାର ସମ୍ମୁଖୀନ ହୋଇ ଆସୁଥିଲେ ଓ ଏବେ ମଧ୍ୟ ଏହା ଚାଲୁ ରହିଛି ବୋଲି ସେ କହିଛନ୍ତି। ଦ୍ରୁତଗତିରେ ଦୌଡ଼ିବାକୁ ଆଉ ଶରୀର ଅନୁମତି ଦେଉ ନାହିଁ। ଆଗାମୀ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା କଷ୍ଟକର ଓ ଏଥିପାଇଁ ଅବସର ଘୋଷଣା କଲି ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହି ସମସ୍ୟା ସତ୍ତ୍ୱେ ସେ ଅବସର ଘୋଷଣା କରିବେ ବୋଲି ଆଶା କରାଯାଉ ନ ଥିଲା। ଲଣ୍ଡନ ଅଲିମ୍ପିକ୍ସ ସ୍ବର୍ଣ୍ଣ ଜିତିବା ସହ ସେ ୨୦୧୧ ଓ ୨୦୧୨ ବିଶ୍ୱ ଚାମ୍ପିୟନଶିପ୍‌, ୨୦୧୦ ଓ ୨୦୧୪ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମଧ୍ୟ ସେ ସ୍ବର୍ଣ୍ଣ ପଦକ ଜିତିଥିଲେ। ୨୦୧୮ରେ ତାଙ୍କ ପ୍ରଦର୍ଶନ ଆଶାନୁରୂପ ହୋଇପାରି ନ ଥିଲା। ୨୦୧୫ରେ ଓ୍ବଲର୍‌ଡ ଟାଇଟଲ ଅଭିଯାନରେ ଓ ୨୦୧୬ ରିଓ ଅଲିମ୍ପିକ୍ସରେ ସେ ହାମଷ୍ଟ୍ରିଙ୍ଗ୍‌ ଇଞ୍ଜୁରି କାରଣରୁ ସାଂଘାତିକ ଭାବେ ବିଫଳ ହୋଇଥିଲେ। ଗତ ଗୋଲ୍ଡକୋଷ୍ଟ ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ସେ ଓହରିଯିବାକୁ ବାଧ୍ୟ ହୋଇଥିଲେ। ପିୟରସନ ଜଣେ ମହାନ ଆଥଲେଟ୍‌ ବୋଲି ଅଷ୍ଟ୍ରେଲୀୟ ଅଲିମ୍ପିକ୍‌ କମିଟି ସିଇଓ ମ୍ୟାଟ୍‌ କାରୋଲ କହିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ସେ ଅଂଶଗ୍ରହଣ କରୁ ନ ଥିବାରୁ ଆମେ ନିରାଶ ହୋଇଛୁ। ତେବେ ପିୟରସନଙ୍କ ଅବସର ନିଷ୍ପତ୍ତିକୁ ଆମେ ସମ୍ମାନ ଜଣାଉଛୁ ବୋଲି କାରୋଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri