Posted inଖେଳ

ହଲ ଅଫ୍‌ ଫେମ ଓପନରୁ ରାମକୁମାର ବାଦ୍‌

ନ୍ୟୁପୋର୍ଟ(ୟୁଏସ୍‌ଏ),୧୮ା୭(ପିଟି)- ଏଠାରେ ଚାଲିଥିବା ହଲ ଅଫ୍‌ ଫେମ ଓପନ ଟେନିସ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରୁ ରାମକୁମାର ରମାନାଥନ ସିଧାସଳଖ ସେଟ୍‌ରେ ଫ୍ରାନ୍ସର ଉଗୋ ହମବର୍ଟଙ୍କଠାରୁ ପରାଜୟ ବରଣ କରିଛନ୍ତି। ଗତ ବର୍ଷ ଏଠାରେ ରନର୍ସ ଅପ୍‌ ହୋଇଥିବା ରାମକୁମାର ୬(୫)-୭, ୦-୬ ସେଟ୍‌ରେ ପରାସ୍ତ ହୋଇଛନ୍ତି। ଏହି ପରାଜୟ ତାଙ୍କ ର଼୍ୟାଙ୍କିଙ୍ଗ୍‌କୁ ନିଶ୍ଚିତ ପ୍ରଭାବିତ କରିବ। ବର୍ତ୍ତମାନ ସେ ଏଟିପି ର଼୍ୟାଙ୍କିଙ୍ଗ୍‌ର ୧୩୪ତମ ସ୍ଥାନରେ ଥିବା ରମାନାଥନ ୧୮୧ତମ ମାନ୍ୟତାକୁ ଖସି ଯାଇପାରନ୍ତି। ଅନ୍ୟପକ୍ଷରେ ଭେଟେରାନ ଲିଆଣ୍ଡର ପେସ ଓ ତାଙ୍କ ନ୍ୟୁଜିଲାଣ୍ଡ ସାଥୀ ମାର୍କୁସ ଡାନିଏଲ ପୁରୁଷ ଡବଲ୍ସ ବର୍ଗରେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପେସ ଓ ଡାନିଏଲ ୨-୬, ୬-୨, ୧୦-୫ ସେଟ୍‌ରେ ଅଷ୍ଟ୍ରେଲିଆର ଲୁକ ସାଭିଲେ ଓ ମ୍ୟାକ୍ସ ପରସେଲଙ୍କୁ ହରାଇଛନ୍ତି। ଇଣ୍ଡୋ-ନ୍ୟୁଜିଲାଣ୍ଡ ଯୋଡ଼ି ପରବର୍ତ୍ତୀ ରାଉଣ୍ଡରେ ମାଥ୍ୟୁ ଇବଡେନ ଓ ରବର୍ଟ ଲିଣ୍ଡଷ୍ଟଟଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri