ହଳଦିଆପଦରକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ ଅକ୍ଟୋବର ୨ରୁ

ବ୍ରହ୍ମପୁର ଅଫିସ,୨୮ା୮- ବ୍ରହ୍ମପୁର ବସ୍‌ଷ୍ଟାଣ୍ଡର ସ୍ଥାନାନ୍ତର ନେଇ ରହିଥିବା ସମସ୍ୟାର ଏବେ ଅନ୍ତ ଘଟିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ହଳଦିଆପଦର ବସ୍‌ଟର୍ମିନାଲକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ ଭାବେ ଘୋଷଣା କରାଯିବ। ଉକ୍ତ ଷ୍ଟାଣ୍ଡରୁ ସମସ୍ତ ବସ୍‌ ଚଳପ୍ରଚଳ କରିବ। ନୂଆ ଷ୍ଟାଣ୍ଡକୁ ସିଟି ବସ୍‌ଷ୍ଟାଣ୍ଡ ଭାବେ ଘୋଷଣା ସହ ଏହାର ମରାମତି ମଧ୍ୟ କରାଯିବ। ମଙ୍ଗଳବାର ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷରେ ଆୟୋଜିତ ସ୍ବତନ୍ତ୍ର ସାଧାରଣ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନର ନୂଆ ବସ୍‌ଷ୍ଟାଣ୍ଡ ତଥା ସିଟି ବସ୍‌ଷ୍ଟାଣ୍ଡର ମରାମତି ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରାଯିବ। ଏ ବାବଦରେ ପ୍ରାୟ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଯୋଜନା ରହିଥିବା ବିଡିଏ ଉପାଧ୍ୟକ୍ଷ ଚକ୍ରବର୍ତ୍ତୀ ସିଂ ରାଠୋର ବୈଠକରେ ସୂଚାଇଥିଲେ। ବ୍ରହ୍ମପୁର ସହର କର୍ପୋରେଶନ ରୋଡରେ ଦୀର୍ଘ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ପଡି ରହିଥିବା ବିଡିଏର ୫ ଏକର ଜମିରେ ଗଞ୍ଜାମ ହାଟ ନିର୍ମାଣ ହେବ। ଏନେଇ ଏକ ସ୍ବତନ୍ତ୍ର ସାଧାରଣ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ବିଡିଏ ସମ୍ମିଳନୀ କକ୍ଷରେ ଉପାଧ୍ୟକ୍ଷ ତଥା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଗଞ୍ଜାମ ହାଟ ଡିଜାଇନକୁ ଚୂଡାନ୍ତ କରାଯିବା ସହ ହଳଦିଆ ପଦର ବସ୍‌ଷ୍ଟାଣ୍ଡକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ଉପରେ ଆଲୋକପାତ କରାଯାଇଥିଲା। ହଳଦିଆପଦର ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ବୈଠକ ପରେ ବୈଠକ ବସୁଥିଲେ ମଧ୍ୟ ଆଲୋଚନା ବିଫଳ ହେଉଛି। ଏନେଇ ଆରଟିଓଙ୍କ ସହ ଆସନ୍ତା ୩୧ତାରିଖରେ ଆଲୋଚନା କରାଯାଇ ହଳଦିଆପଦର ବସ୍‌ଷ୍ଟାଣ୍ଡକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ ନାମରେ ଘୋଷଣା କରାଯିବ। ଏଥିସହ କର୍ପୋରେଶନ ରୋଡରେ ପରିତ୍ୟକ୍ତ ଅବସ୍ଥାରେ ଥିବା ବିଡିଏର ୫ ଏକର ଜମିରେ ଗଞ୍ଜାମ ହାଟ ନିର୍ମାଣ ହେବ। ୩୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ ମଣିଷ ହାର୍ଟ ଆକୃତି ଡିଜାଇନରେ ନିର୍ମାଣ ହେବ। ସେଥିରେ ୬୬ ଦୋକାନ ଘର ସହ ୨୫୦୦ ସିଟ ବିଶିଷ୍ଟ ଏକ ଥିଏଟର ହଲ ରହିବ। ଏହାବ୍ୟତୀତ ମହିଳା, ଶିଶୁ, ବରିଷ୍ଠ ନାଗରିକଙ୍କ ବ୍ୟବହାରିକ ଉପକରଣ ନିମିତ୍ତ ସ୍ବତନ୍ତ୍ର ସ୍ଥାନ ରହିବ। ଗଞ୍ଜାମ ହାଟ ସମ୍ମୁଖରେ ପ୍ରାୟ ୭୦ ହଜାର ବର୍ଗ ଫୁଟ ଅଞ୍ଚଳରେ ୩ ମହଲା ବିଶିଷ୍ଟ ଏକ କମର୍ସିଆଲ କମ୍ପ୍ଲେକ୍ସ ନିର୍ମାଣ ହେବ। ଯେଉଁଥିରେ ୧୧୧ ଦୋକାନ ଘର ନିର୍ମାଣ କରାଯିବ। ପ୍ରତ୍ୟେକ ଶନିବାର ଓ ରବିବାର ଆଞ୍ଚଳିକ କଳାକାରଙ୍କ ଦ୍ୱାରା ଗଞ୍ଜାମ ହାଟ ମଧ୍ୟରେ ସହରବାସୀଙ୍କ ଆମୋଦ ପ୍ରମୋଦ ନିମିତ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବାର ମଧ୍ୟ ଯୋଜନା ରହିଥିବା ଉପାଧ୍ୟକ୍ଷ ରାଠୋର ସୂଚାଇଥିଲେ। ଏଥି ପାଇଁ ଆସନ୍ତା ୪୫ ଦିନ ମଧ୍ୟରେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରାଯିବାକୁ ଥିବା ବେଳେ ଦେଢ ବର୍ଷରୁ ୨ ବର୍ଷ ମଧ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୈଠକରେ କୁହାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବିଡିଏ ସଚିବ ସମ୍ବିତ ରାଉତ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri