ହଳଦିଆ ଘାଟରେ ବୁଡିଲା ଡଙ୍ଗା

ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦ ମିନିଟ୍‌ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯାଇଥିଲା। ଏଥିରେ ଥିବା ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ମଧ୍ୟରେ କେତେକ ଯାତ୍ରୀ ପହଁରି ପହଁରି କୂଳ ଆସିଥିବା ଜଣାପଡିଛି। ଏହି ଖବର ପ୍ରଚାରିତ ହେବା ପରେ ରେମୁଣା ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏପର୍ଯ୍ୟନ୍ତ କୌଣସି ଯାତ୍ରୀଙ୍କ ମୃତ କିମ୍ବା ଆହତଙ୍କ ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।
ଏହି ଡଙ୍ଗାରେ ୫ଟି ସାଇକେଲ ସହ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ। ଡଙ୍ଗା କୂଳ ଛାଡିବାର ମାତ୍ର ୩୦ ଫୁଟ ଯିବା ପରେ ଏକ ଅର୍ଦ୍ଧନିର୍ମିତ ପୋଲରେ ପିଟି ହଠାତ୍‌ ଓଲଟି ପଡିଥିଲା। କେତେକ ଯାତ୍ରୀ ଜୀବନ ବିକଳରେ ପହଁରି ପହଁରି କୂଳକୁ ଆସି ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ଲୋକେ ପୋଲିସ ଓ ଦମକଳ ବାହିନୀକୁ ଖବର ଦେଇଥିଲେ। ଏହି ଡଙ୍ଗାରେ କୌଣସି ମହିଳା ଯାତ୍ରୀ ନ ଥିବା ଜଣାପଡିଛି। ଡଙ୍ଗାରେ ଯାଉଥିବା ଯାତ୍ରୀମାନେ ଲାଇଫ ଜ୍ୟାକେଟ ବ୍ୟବହାର କରୁ ନ ଥିବାରୁ ଏଭଳି ବାରମ୍ବାର ଦୁର୍ଘଟଣା ଘଟୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଅଗଷ୍ଟ ୩ରେ ଏଭଳି ଡଙ୍ଗାବୁଡି ଘଟଣା ଘଟିଥିଲା। ଏଥିରେ ଜଣେ ଯାତ୍ରୀଙ୍କର ମୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri