ହଳ କରିବା ବେଳେ ଓଲଟିଲା ଟ୍ରାକ୍ଟର, ଚାପିହୋଇ ଚାଳକ ମୃତ

ମାଥିଲି, ୧୭ା୭: ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଚାଉଳମେନ୍ଦି ପଞ୍ଚାୟତ ଅଧୀନ ମଇଲିଗୁଡା ଗ୍ରାମରେ ଜଣେ ବ୍ୟକ୍ତି ଟ୍ରାକ୍ଟର ଦ୍ୱାରା ଚାଷ ଜମିରେ ହଳ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଓଲଟି ପଡିବାରୁ ତା’ତଳେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ହୋଇଛି । ତାଙ୍କ ନାମ ଦେବେନ୍ଦ୍ର ମଇଲି (୨୨)। ଚାଉଳମେନ୍ଦି ଗଭଗ୍ରାମରେ ତାଙ୍କ ଘର। ଦେବେନ୍ଦ୍ର ବୁଧବାର ସକାଳେ ଟ୍ରାକ୍ଟର ନେଇ ଗ୍ରାମର ସନ୍ୟା ବଟେଙ୍କ ଜମିକୁ ଚାଷ କରିବାକୁ ଯାଇଥିଲେ। ହଠାତ ଜମିରେ ଟ୍ରାକ୍ଟର ଦବି ଯାଇଥିଲା । ଟ୍ରାକ୍ଟରକୁ ସେ ବାହାର କରିବାକୁ ଚେଷ୍ଟା କରିଥିଲେ। ୨ଟି କାଠଗଣ୍ଡି ପକାଇ ଟ୍ରାକ୍ଟରକୁ ବାହାର କରିବାକୁ ଉଦ୍ୟମ କରୁଥିବା ବେଳେ ହଠାତ ଟ୍ରାକ୍ଟରଟି ଓଲଟି ପଡିଥିଲା । ଦେବେନ୍ଦ୍ର ଟ୍ରାକ୍ଟର ତଳେ ରହିଯାଇଥିଲେ। ଫଳରେ ଚାପି ହୋଇ ତାଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ମାଥିଲି ପୋଲିସ ଓ ଦମକଳ ବାହିନୀର କର୍ମଚାରୀମାନେ ପହଞ୍ଚତ୍ ଟ୍ରାକ୍ଟର ତଳୁ ଦେବେନ୍ଦ୍ରଙ୍କ ମୃତଦେହ ଉଦ୍ଧାର କରିଥିଲେ। ଏନେଇ ମାଥିଲି ଥାନାରେ ଏକ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଥିବା ଆଇଆଇସି ଜନ ଖୁଜୁର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri