ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୪।୨(ଡି.ଏନ.ଏ.)

ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ଶିକ୍ଷାନୁଷ୍ଠାନ (ଆଇଜିଆଇଟି)ର ଅଗ୍ନିଭବନ ଛାତ୍ର ନିବାସରୁ ସୋମବାର ଡିପ୍ଲୋମା ୩ୟ ବର୍ଷ ଛାତ୍ର ପଙ୍କଜ ନାୟକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଛାତ୍ରଙ୍କ ବାପା ଜେନାମଣି ନାୟକ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି କହିଛନ୍ତି। ପୁଅକୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ କଲେଜରେ ଛାତ୍ର ଅଶାନ୍ତି ତେଜିଛି। ଶିକ୍ଷାନୁଷ୍ଠାନରେ ଆବଶ୍ୟକ ଚିକିତ୍ସା ସୁବିଧା ଉପଲବ୍ଧ କରାଇବାକୁ ଦାବି କରି ଛାତ୍ରମାନେ କଲେଜ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଏହାକୁ ନେଇ କ୍ୟାମ୍ପସରେ ଉତ୍ତେଜନା ବାତାବରଣ ସୃଷ୍ଟି ହୋଇଥିଲା। ଦାବିପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ରାତି ୯ଟାରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି।
ହଷ୍ଟେଲର ଅନ୍ୟ ସହପାଠୀମାନେ ସୋମବାର କଲେଜ ଯାଇଥିଲେ। ସେମାନେ ଫେରିବା ବେଳକୁ ପଙ୍କଜ ରହୁଥିବା ପ୍ରକୋଷ୍ଠର ଭିତର ପଟୁ ତାଲା ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲା। କବାଟ ଭାଙ୍ଗି ଭିତରକୁ ଯିବା ସମୟରେ ପଙ୍କଜଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା। କଲେଜ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ତାଳଚେର ମଣ୍ଡାପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିବାର ସଦସ୍ୟ, କଲେଜର ଛାତ୍ରମାନେ ଡାକ୍ତରଖାନାରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ସେଠାରେ କଲେଜ ନିର୍ଦ୍ଦେଶକ ସତ୍ୟବ୍ରତ ମହନ୍ତ ପହଞ୍ଚତ୍ବା ପରେ ପରିସ୍ଥିତି ଜଟିଳ ହୋଇପଡ଼ିଥିଲା। ମୃତଛାତ୍ରଙ୍କ ବାପା ଏବଂ କଲେଜ ନିର୍ଦ୍ଦେଶକଙ୍କ ମଧ୍ୟରେ ହାତାହାତି ଯାଏ କଥା ଯାଇଥିଲା।
ଏ ନେଇ ଜେନାମଣି କୁହନ୍ତି, ପୁଅକୁ ହତ୍ୟା କରାଯାଇଛି। ହତ୍ୟା ପରେ ଘଟଣାକୁ ଆତ୍ମହତ୍ୟା ରୂପ ଦେବାକୁ ଅପଚେଷ୍ଟା କରାଯାଉଛି। ଏହା ପଛରେ କଲେଜ କର୍ତ୍ତୃପକ୍ଷ ଏବଂ ଅନ୍ୟ କେତେଜଣଙ୍କ ହାତ ରହିଛି। ଏ ନେଇ ସେ ପରଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ନଂ. ୨୦/୨୦୨୦, ଦଫା ୩୦୨, ୩୪ରେ ମାମଲା ରୁଜୁ ହୋଇଛି। ସେହିପରି ତାଳଚେର ଥାନାରେ ନଂ. ୬/୨୦୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ହାତାହାତି ହେବା ସମ୍ପର୍କରେ କଲେଜ ନିର୍ଦ୍ଦେଶକ ସତ୍ୟବ୍ରତ କୁହନ୍ତି, ପୁଅ ମୃତ୍ୟୁ ଘଟଣାକୁ ନେଇ ତାଙ୍କ ବାପା ଉତ୍ତେଜିତ ହୋଇ କ’ଣ କରିଦେଇଛନ୍ତି। ଏ କଥାକୁ ସେ ଧରିନାହାନ୍ତି। ହେଲେ ସେ ମୃତଛାତ୍ରଙ୍କ ବାପାଙ୍କ ଉପରକୁ ହାତ ଉଠାଇ ନ ଥିବା ସ୍ପଷ୍ଟୀକରଣ ଦେଇଛନ୍ତି।
ଅନ୍ୟପଟେ ଘଟଣାକୁ ନେଇ ସନ୍ଧ୍ୟାରେ ଛାତ୍ରମାନେ କଲେଜ ଗେଟରେ ତାଲା ପକାଇ ଆନ୍ଦୋଳନ କରିଥିଲେ। କଲେଜ ଆମ୍ବୁଲାନ୍ସରେ ଅକ୍ସିଜେନ ସୁବିଧା ନ ଥିବାରୁ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସେମାନେ ଅଭିଯୋଗ କରିଥିଲେ। ଏପରି ଅବ୍ୟବସ୍ଥା ଲାଗି ସେମାନେ କଲେଜ ନିର୍ଦ୍ଦେଶକଙ୍କୁ ଦାୟୀ କରିଥିଲେ। ତୁରନ୍ତ କଲେଜରେ ଡାକ୍ତର ନିଯୁକ୍ତି, ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା, ଆମ୍ବୁଲାନ୍ସରେ ଅକ୍ସିଜେନ ସୁବିଧା ଦାବିରେ ସେମାନେ ଅଡ଼ି ବସିଥିଲେ। ହେଲେ କଲେଜ ମୁଖ୍ୟଗେଟ୍‌ ତାଲାକୁ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶରେ ସିକ୍ୟୁରିଟି ଗାର୍ଡ ଭାଙ୍ଗିଦେବା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଉଠିଥିଲା। ମାସେ ମଧ୍ୟରେ ଡାକ୍ତର ନିଯୁକ୍ତି କରାଯିବ ବୋଲି କଲେଜ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ହଟିଥିଲା।
ପୋଲିସ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ପ୍ରକୋଷ୍ଠକୁ ସିଲ୍‌ କରିଦେଇଛି। ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ, ଥାନାଧିକାରୀ ସନ୍ତୋଷ ପ୍ରଧାନ, ଫାଣ୍ଡି ଅଧିକାରୀ ଦାମୋଦର ସାହୁ ସଦଳବଳ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ। ମୃତଛାତ୍ରଙ୍କ ଘର କଣିହଁା ଥାନା ଜରଡ଼ା ଗ୍ରାମରେ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଛାତ୍ର ମୃତ୍ୟୁ ଉପରୁ ପରଦା ହଟିବ ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?