ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୪।୨(ଡି.ଏନ.ଏ.)

ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ଶିକ୍ଷାନୁଷ୍ଠାନ (ଆଇଜିଆଇଟି)ର ଅଗ୍ନିଭବନ ଛାତ୍ର ନିବାସରୁ ସୋମବାର ଡିପ୍ଲୋମା ୩ୟ ବର୍ଷ ଛାତ୍ର ପଙ୍କଜ ନାୟକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଛାତ୍ରଙ୍କ ବାପା ଜେନାମଣି ନାୟକ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି କହିଛନ୍ତି। ପୁଅକୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ କଲେଜରେ ଛାତ୍ର ଅଶାନ୍ତି ତେଜିଛି। ଶିକ୍ଷାନୁଷ୍ଠାନରେ ଆବଶ୍ୟକ ଚିକିତ୍ସା ସୁବିଧା ଉପଲବ୍ଧ କରାଇବାକୁ ଦାବି କରି ଛାତ୍ରମାନେ କଲେଜ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଏହାକୁ ନେଇ କ୍ୟାମ୍ପସରେ ଉତ୍ତେଜନା ବାତାବରଣ ସୃଷ୍ଟି ହୋଇଥିଲା। ଦାବିପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ରାତି ୯ଟାରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି।
ହଷ୍ଟେଲର ଅନ୍ୟ ସହପାଠୀମାନେ ସୋମବାର କଲେଜ ଯାଇଥିଲେ। ସେମାନେ ଫେରିବା ବେଳକୁ ପଙ୍କଜ ରହୁଥିବା ପ୍ରକୋଷ୍ଠର ଭିତର ପଟୁ ତାଲା ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲା। କବାଟ ଭାଙ୍ଗି ଭିତରକୁ ଯିବା ସମୟରେ ପଙ୍କଜଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା। କଲେଜ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ତାଳଚେର ମଣ୍ଡାପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିବାର ସଦସ୍ୟ, କଲେଜର ଛାତ୍ରମାନେ ଡାକ୍ତରଖାନାରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ସେଠାରେ କଲେଜ ନିର୍ଦ୍ଦେଶକ ସତ୍ୟବ୍ରତ ମହନ୍ତ ପହଞ୍ଚତ୍ବା ପରେ ପରିସ୍ଥିତି ଜଟିଳ ହୋଇପଡ଼ିଥିଲା। ମୃତଛାତ୍ରଙ୍କ ବାପା ଏବଂ କଲେଜ ନିର୍ଦ୍ଦେଶକଙ୍କ ମଧ୍ୟରେ ହାତାହାତି ଯାଏ କଥା ଯାଇଥିଲା।
ଏ ନେଇ ଜେନାମଣି କୁହନ୍ତି, ପୁଅକୁ ହତ୍ୟା କରାଯାଇଛି। ହତ୍ୟା ପରେ ଘଟଣାକୁ ଆତ୍ମହତ୍ୟା ରୂପ ଦେବାକୁ ଅପଚେଷ୍ଟା କରାଯାଉଛି। ଏହା ପଛରେ କଲେଜ କର୍ତ୍ତୃପକ୍ଷ ଏବଂ ଅନ୍ୟ କେତେଜଣଙ୍କ ହାତ ରହିଛି। ଏ ନେଇ ସେ ପରଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ନଂ. ୨୦/୨୦୨୦, ଦଫା ୩୦୨, ୩୪ରେ ମାମଲା ରୁଜୁ ହୋଇଛି। ସେହିପରି ତାଳଚେର ଥାନାରେ ନଂ. ୬/୨୦୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ହାତାହାତି ହେବା ସମ୍ପର୍କରେ କଲେଜ ନିର୍ଦ୍ଦେଶକ ସତ୍ୟବ୍ରତ କୁହନ୍ତି, ପୁଅ ମୃତ୍ୟୁ ଘଟଣାକୁ ନେଇ ତାଙ୍କ ବାପା ଉତ୍ତେଜିତ ହୋଇ କ’ଣ କରିଦେଇଛନ୍ତି। ଏ କଥାକୁ ସେ ଧରିନାହାନ୍ତି। ହେଲେ ସେ ମୃତଛାତ୍ରଙ୍କ ବାପାଙ୍କ ଉପରକୁ ହାତ ଉଠାଇ ନ ଥିବା ସ୍ପଷ୍ଟୀକରଣ ଦେଇଛନ୍ତି।
ଅନ୍ୟପଟେ ଘଟଣାକୁ ନେଇ ସନ୍ଧ୍ୟାରେ ଛାତ୍ରମାନେ କଲେଜ ଗେଟରେ ତାଲା ପକାଇ ଆନ୍ଦୋଳନ କରିଥିଲେ। କଲେଜ ଆମ୍ବୁଲାନ୍ସରେ ଅକ୍ସିଜେନ ସୁବିଧା ନ ଥିବାରୁ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସେମାନେ ଅଭିଯୋଗ କରିଥିଲେ। ଏପରି ଅବ୍ୟବସ୍ଥା ଲାଗି ସେମାନେ କଲେଜ ନିର୍ଦ୍ଦେଶକଙ୍କୁ ଦାୟୀ କରିଥିଲେ। ତୁରନ୍ତ କଲେଜରେ ଡାକ୍ତର ନିଯୁକ୍ତି, ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା, ଆମ୍ବୁଲାନ୍ସରେ ଅକ୍ସିଜେନ ସୁବିଧା ଦାବିରେ ସେମାନେ ଅଡ଼ି ବସିଥିଲେ। ହେଲେ କଲେଜ ମୁଖ୍ୟଗେଟ୍‌ ତାଲାକୁ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶରେ ସିକ୍ୟୁରିଟି ଗାର୍ଡ ଭାଙ୍ଗିଦେବା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଉଠିଥିଲା। ମାସେ ମଧ୍ୟରେ ଡାକ୍ତର ନିଯୁକ୍ତି କରାଯିବ ବୋଲି କଲେଜ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ହଟିଥିଲା।
ପୋଲିସ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ପ୍ରକୋଷ୍ଠକୁ ସିଲ୍‌ କରିଦେଇଛି। ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ, ଥାନାଧିକାରୀ ସନ୍ତୋଷ ପ୍ରଧାନ, ଫାଣ୍ଡି ଅଧିକାରୀ ଦାମୋଦର ସାହୁ ସଦଳବଳ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ। ମୃତଛାତ୍ରଙ୍କ ଘର କଣିହଁା ଥାନା ଜରଡ଼ା ଗ୍ରାମରେ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଛାତ୍ର ମୃତ୍ୟୁ ଉପରୁ ପରଦା ହଟିବ ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri