କଟକ ଅଫିସ,୧୪।୩: ଚାଉଳିଆଗଞ୍ଜ ଅଞ୍ଚଳରେ ଥିବା ଏକ ହଷ୍ଟେଲରୁ ଶୁକ୍ରବାର ପୋଲିସ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କନ୍ଧମାଳ ଜିଲା ବ୍ରାହ୍ମଣିଗଁ। ଥାନା ଅଞ୍ଚଳର ଅରୁଣ ଉଥାନ ସିଂହଙ୍କ ଝିଅ ପ୍ରୀୟା ଉଥାନ ସିଂହ(୧୨)। ତାଙ୍କ ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ଅରୁଣ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ହତ୍ୟା ମାମଲା(ନଂ.୧୦୫/୨୦)ରୁଜୁକରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଚାଉଳିଆଗଞ୍ଜର ଏକ କନ୍ୟାଶ୍ରମରେ ପ୍ରିୟା ଷଷ୍ଠ ଶ୍ରେଣୀରେ ପଢୁଥିଲେ। ସେ ଗତ ଦୁଇ ବର୍ଷ ହେବ ଏହି କନ୍ୟାଶ୍ରମରେ ରହୁଥିଲେ। ଅରୁଣ ଗତ ୧୦ ତାରିଖରେ ତାଙ୍କ ଝିଅକୁ ଦେଖାକରି କନ୍ଧମାଳ ଫେରିଯାଇଥିଲେ। ୧୨ ତାରିଖ ସକାଳେ କନ୍ୟାଶ୍ରମର ପରିଚାଳକ ଅରୁଣଙ୍କୁ ଫୋନ କରି ତାଙ୍କ ଝିଅର ମୃତ୍ୟୁ ହେଇଥିବା କହିଥିଲେ। ପରେ ଅରୁଣ ଏବଂ ତାଙ୍କ ପରିବାରବର୍ଗ କଟକ ଆସିଥିଲେ। ପ୍ରିୟାଙ୍କ ଦେହରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଛି ବୋଲି ଅରୁଣ ଅଭିଯୋଗରେ ଦର୍ଶାଇଛନ୍ତି। ପ୍ରିୟାଙ୍କୁ ଜ୍ୱର ହୋଇଥିବାରୁ ଔଷଧ ଦିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ମେଡିକାଲକୁ ନିଆଯାଇଥିଲା ବୋଲି ହଷ୍ଟେଲ କର୍ତ୍ତୃପକ୍ଷ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ୍ୟତା ଜଣାପଡ଼ିବ ବୋଲି ପୋଲିସ କହିଛି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…
ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...
ଓମ୍ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ
ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...
ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…
ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...
୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍ସେବା, ମାଗଣାରେ ପିଲାଙ୍କୁ ମିଳିବ…
ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍ବିଏସ୍। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...
ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…
ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...
Archives


